ଏକତରଫା ପ୍ରେମର କରୁଣ ପରିଣତି, ପ୍ରେମିକାର ଘର ଆଗରେ ଝୁଲୁଛି…

ରାଜଗାଙ୍ଗପୁର,୧୬ା୧(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକରେ ଗୁରୁବାର ଯୁବତୀଙ୍କ ଘର ଆଗରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ମୃତ ଯୁବକ ହେଲେ ରାଣିବନ୍ଧ ତଳପଡ଼ା ଅଞ୍ଚଳର ବିକାଶ ମହାନନ୍ଦିଆ (୨୫)। ଏନେଇ ରାଜଗାଙ୍ଗପୁର ପୋଲିସ ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଯୁବକ ଜଣକ ନିଜେ ପ୍ରାଣ ହରାଇଛନ୍ତି କି ତାଙ୍କୁ କେହି ହତ୍ୟାକରି ଝୁଲାଇ ଦେଇଛନ୍ତି, ସେନେଇ ପୋଲିସ ଅଧିକ ଖୋଳତାଡ଼ କରୁଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ ୪ବର୍ଷ ହେଲା ବିକାଶ ଜଣେ ଯୁବତୀଙ୍କ ସହିତ ବନ୍ଧୁତା ସମ୍ପର୍କ ରଖିଥିଲେ। ପରେ ବିକାଶ ଉକ୍ତ ଯୁବତୀଙ୍କୁ ଭଲପାଇ ବସିଥିଲେ। ଏପରି କି ତାଙ୍କୁ ବିବାହ ପାଇଁ ପ୍ରସ୍ତାବ ମଧ୍ୟ ଦେଇଥିଲେ। ହେଲେ ଯୁବତୀ ଜଣକ ବିବାହ ପ୍ରସ୍ତାବକୁ ମନା କରିଦେଇଥିଲେ। ଏହାସତ୍ତ୍ୱେ ବିକାଶ ତାଙ୍କୁ ବିବାହ ପାଇଁ ଜଦ୍‌ ଧରିଥିଲେ। ବୁଧବାର ରାତିରେ ବିକାଶ ଉକ୍ତ ଯୁବତୀଙ୍କ ଘର ପାଖକୁ ଆସିଥିଲେ। ଗୁରୁବାର ସକାଳେ ବିକାଶଙ୍କ ଝୁଲନ୍ତା ମୃତଦେହ ଦେଖି ଗ୍ରାମବାସୀ ରାଜଗାଙ୍ଗପୁର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri