ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ହସ୍ପିଟାଲରେ ପଶି ଭଙ୍ଗାରୁଜା କରିଥିବା ବେଳେ ସିସିଟିଭିରେ ଭିଡିଓ କୟଦ ହୋଇଛି ।

କିଛି କାରଣ ନଥାଇ ମେଡିକାଲ ଭିତରେ ପଶି ଏଭଳି ଗୁଣ୍ଡାଗର୍ଦ୍ଦି କରି ସରକାରୀ ଜିନିଷ ଭଙ୍ଗାରୁଜା କରିବା ସହ ମେଡିକାଲ କର୍ମଚାରୀଙ୍କୁ ଭୟଭୀତ କରାଇବା ଦଣ୍ଡନୀୟ ଅପରାଧ ବୋଲି ସ୍ଥାନୀୟ ଅଞ୍ଚଳବାସୀ  କହିଛନ୍ତି । ଏଭଳି କଦର୍ଯ୍ୟ ହୀନ କାର୍ଯ୍ୟକୁ ଦୃଢ଼ ନିନ୍ଦା କରିଛନ୍ତି ବୁଦ୍ଧିଜୀବୀ । ଅଭିଯୁକ୍ତକୁ କଠୋର ଦଣ୍ଡ ମିଳୁ ବୋଲି ସେମାନେ ଦାବି କରିଛନ୍ତି ।

ପ୍ରଥମେ ଆୟୁଷ ଡାକ୍ତର ବନୋଜ କାନ୍ତ କରଙ୍କ ଚାମ୍ବର ଗ୍ଲାସ ଭାଙ୍ଗିବା ପରେ ମେଡିକାଲ ଅଫିସରଙ୍କ ଚାମ୍ବର କାଚ ମଧ୍ୟ ବାଡେଇ ଭାଙ୍ଗିଦେଇଥିଲେ । ସିକ୍ୟୁରିଟି ଗାର୍ଡ ପଚାରିବାରୁ କିଛି ନକହି ବାଇକରେ ଚାଲି ଯାଇଥିବା ସିସିଟିଭିରେ କୟଦ ହୋଇଛି । ମେଡିକାଲ ସମସ୍ତ ଷ୍ଟାଫ ଓ କର୍ମଚାରୀ ଏବେ ଭୟଭୀତ ଅବସ୍ଥାରେ ଅଛନ୍ତି । ଏନେଇ ଅଭିଯୁକ୍ତଙ୍କ ବିରୁଦ୍ଧରେ ଗଞ୍ଜାମ ଥାନାରେ ଏତଲା ଦିଆଯାଇଛି । ଏତଲାପରେ ପୋଲିସ ପହଂଚି ସିସିଟିଭି ଯାଞ୍ଚ କରିଥିବା ଆୟୁଷ ଡାକ୍ତର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri