ବ୍ରହ୍ମପୁରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ପୋଲିସକୁ ଖାତିର ନ କରି ଅପରାଧୀମାନେ ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୋମବାର ରାତି ୯ଟାରେ ବିଜିପୁରର ଉମେଶ ରଥ ତାଙ୍କ ସ୍ତ୍ରୀଙ୍କୁ ଧରି ବାଇକ୍‌ରେ ଯାଉଥିବା ବେଳେ ଗିରିରୋଡ୍‌ ମୁଖ୍ୟ ରାସ୍ତାରେ ତାଙ୍କୁ କେତେଜଣ ଦୁର୍ବୃତ୍ତ ଅଟକାଇ ବାଉଁଶରେ ପିଟିଛନ୍ତି। ସ୍ବାମୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିବା ବେଳେ ସ୍ତ୍ରୀ ଗାୟତ୍ରୀ ରଥ ମଧ୍ୟ ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉମେଶଙ୍କ ଶରୀରର ଅନେକ ସ୍ଥାନରେ କ୍ଷତ ହୋଇଛି। ସେ ଏବେ ଏମ୍‌କେସିଜି ମେଡିକାଲ କାଜୁଆଲିଟିରେ ଚିକିତ୍ସିତ ହେଉଛନ୍ତି। ଖବରପାଇ ଟାଉନ୍‌ ଥାନା ଓ ଗୋଷାଣି ନୂଆଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ଓ ବୈଦ୍ୟନାଥପୁର ପୋଲିସ ପହଞ୍ଚି ଆହତଙ୍କ ବୟାନ ରେକର୍ଡ କରିଛନ୍ତି। ପୂର୍ବ ଶତ୍ରୁତାରୁ ଉମେଶଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଫୁଟେଜ ସଂଗ୍ରହ କରିଛି। ଆହତଙ୍କ ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି।
ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ଜିଆର୍‌ପି କନଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟି ପିଟି ହତ୍ୟା କରାଯିବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବ୍ରହ୍ମପୁରରେ ଆଉ ଜଣେ ଯୁବକଙ୍କୁ ତାଙ୍କ ସ୍ତ୍ରୀଙ୍କ ଆଗରେ ରାସ୍ତା ଉପରେ ପିଟିବା ଘଟଣା ଆଇନଶୃଙ୍ଖଳା ପ୍ରତି ଅପରାଧୀଙ୍କ ବେଖାତିର ମନୋଭାବକୁ ସୂଚାଉଛି। ଗଞ୍ଜାମ ଜିଲାରେ ମାସକ ମଧ୍ୟରେ ଏକାଧିକ ହତ୍ୟା ଓ ମରଣାନ୍ତକ ଆକ୍ରମଣ ଘଟିବା ପରେ ପୋଲିସ ଅପରାଧୀଙ୍କୁ ସାବାଡ୍‌ କରିବାକୁ ଏନ୍‌କାଉଣ୍ଟର ଆରମ୍ଭ କରିଥିଲା। ଶନିବାର ରାତିରେ ପୋଲିସ ଗୁଳିରେ ବ୍ରହ୍ମପୁରର ଦୁର୍ଦ୍ଦାନ୍ତ ଅପରାଧୀ ଦିପୁନ ନାୟକ ଆହତ ହୋଇଥିଲେ। ଏହାର ୪୮ ଘଣ୍ଟା ନ ପୂରୁଣୁ ଜନଗହଳି ସ୍ଥାନରେ ରାସ୍ତା ଉପରେ ଉମେଶଙ୍କୁ ଆକ୍ରମଣ କରାଯିବା ଘଟଣା ପୋଲିସର ଚିନ୍ତା ବଢ଼ାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?