ସାମାନ୍ୟ ବଚସାରୁ ଯୁବକଙ୍କୁ ନିର୍ମମ ହତ୍ୟା: ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମର ବ୍ରହ୍ମପୁର ପୋଲିସ ଜିଲା ଦିଗପହଣ୍ଡି ଥାନା ଅଧିନ ଭୀଷ୍ମଗିରି ଗ୍ରାମ ଉଷାକୋଠୀ ସାହିର ବି.ରାମଚନ୍ଦ୍ର ପାତ୍ର ଓରଫ ଟୁଲୁ ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଆଜି ଭୋରରୁ ଏହି ହତ୍ୟାକାଣ୍ଡ ଘଟିଛି। ରାମଚନ୍ଦ୍ର ଘରେ ଶୋଇଥିବାବେଳେ ରାତି ପ୍ରାୟ ୨ ଟାରେ ଲାଇନ କଟି ଯାଇଥିଲା। ଗରମ ଯୋଗୁ ସେ ଘର ବାରଣ୍ଡାରେ ଶୋଇଥିଲେ। ରବିବାର ସନ୍ଧ୍ୟାରେ ସାହିର ଜଣେ ଯୁବକଙ୍କ ସହ ରାମଚନ୍ଦ୍ରଙ୍କ ବଚସା ହୋଇଥିଲା। ସମ୍ପର୍କୀୟ ଲୋକେ ଉଭୟଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

ସାମାନ୍ୟ ବଚସାକୁ କେନ୍ଦ୍ରକରି ସାହିର ଯୁବକ ଜଣକ କୌଣସି ମାରଣାସ୍ତ୍ର ସାହାଯ୍ୟରେ ତାଙ୍କୁ ଅତ୍ୟନ୍ତ ନିର୍ଦ୍ଦୟ ଭାବେ ହତ୍ୟା କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ବ୍ରହ୍ମପୁରରୁ ଆସିଥିବା ପୋଲିସ ସାଇଣ୍ଟିିଫିକ ଟିମ ଓ ଡ଼ଗ ସ୍କ୍ବାର୍ଡ ସହାୟତାରେ ସରଜମିନ ତଦନ୍ତ କରି ଫେରିଛନ୍ତି।

ଏନେଇ ଏତଲା ହେବା ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ପୋଲିସ ୨ ସନ୍ଦିଗ୍ଧଙ୍କୁ ଥାନାକୁ ଉଠାଇ ନେଇ ଅଟକ ରଖି ମାରାଥନ ଜେରା ଚଳାଇଛନ୍ତି। ଭୁବନେଶ୍ୱରରେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ରାମଚନ୍ଦ୍ର ଗତ ପ୍ରାୟ ୧ ମାସ ପୂର୍ବେ ଗାଁକୁ ଫେରିଥିଲେ। ତାଙ୍କ ସ୍ତ୍ରୀ ଓ ୨ ଟି ଝିଅ ଅଛନ୍ତି।

ଗତ ଶୁକ୍ରବାରଠାରୁ ରାମଚନ୍ଦ୍ର ଏବଂ ତାଙ୍କ ସମ୍ପର୍କୀୟ ପକ୍ଷରୁ ଘରେ ଶ୍ରୀ ନୃସିଂହ ମହାପ୍ରଭୁଙ୍କ ଦେବତା ପୂଜା କାର୍ଯ୍ୟ ଚାଲିଥିଲା। ଘରେ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ। ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଯୁବକ ଏବଂ ତାଙ୍କ ପରିବାର ଲୋକଙ୍କୁ ଦେବତା କାର୍ଯ୍ୟ ପୂଜା ନିମନ୍ତେ ନିମନ୍ତ୍ରଣ କରାଯାଇ ନ ଥିଲା। ରବିବାର ସନ୍ଧ୍ୟାରେ ଯୁବକ ଜଣକ ଏନେଇ ପ୍ରତିବାଦ କରିଥିଲେ। ରାମଚନ୍ଦ୍ର ଏବଂ ଯୁବକଙ୍କ ମଧ୍ୟରେ ସାମାନ୍ୟ ବଚସାରୁ ମାରପିଟ ଯାଏ କଥା ଯାଇଥିଲା। ପରେ
ଉଭୟଙ୍କ ସମ୍ପର୍କୀୟ ଏବଂ ଜାତି କୁଳ ମୁଖିଆଙ୍କ ହସ୍ତକ୍ଷେପ ପରେ ଘଟଣାର ଆପୋଷ ସମାଧାନ କରାଯାଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri