ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। କୋରାପୁଟ-ରାଣିଗଡ ରାସ୍ତା ନିକଟ ତଳ ଡାକରା ଗ୍ରାମରେ ରବିବାର ରାତିରେ ଏହି ଘଟଣା ଘଟିଛି। ସୂଚନା ଅନୁଯାୟୀ, ତଳ ଡାକରା ଗ୍ରାମର ବେଣୁ ନାୟକ ନାମକ ଯୁବକ ଅତ୍ୟଧିକ ମଦ୍ୟପାନ କରି ପ୍ରାୟ ୧୬୦ ଫୁଟ୍‌ ଉଚ୍ଚତାର ମୋବାଇଲ ଟାୱାର ଉପରକୁ ଚଢ଼ି ଯାଇଥିଲେ। ତାଙ୍କୁ ତଳକୁ ଓହ୍ଲାଇବା ପାଇଁ ଚେଷ୍ଟା କରି ୫ଜଣ ସ୍ଥାନୀୟ ଯୁବକ ମଧ୍ୟ ଟାୱାର ଉପରକୁ ଚଢ଼ିଥିଲେ, କିନ୍ତୁ ସେମାନେ ସଫଳ ହୋଇପାରିନଥିଲେ। ଏହାରେ ପରିସ୍ଥିତି ଆହୁରି ଜଟିଳ ହୋଇପଡ଼ିଥିଲା। ଖବରପାଇ ସଦର ପୋଲିସ ଓ କୋରାପୁଟ ଅଗ୍ନିଶମ ବିଭାଗ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ଏସଓ ଅନୁପ ବାଗଙ୍କ ନେତୃତ୍ୱରେ ଦଳ ସତର୍କତା ଓ କୌଶଳ ସହ କାର୍ଯ୍ୟ କରି ଟାୱାର ଉପରେ ଅଟକିଥିବା ସମସ୍ତ ୬ଜଣଙ୍କୁ ସୁରକ୍ଷିତ ଭାବେ ତଳକୁ ଓହ୍ଲାଇଥିଲେ। ଘଟଣାରେ କେହି ଆହତ ହୋଇନଥିବା ସୂଚନା ମିଳିଛି। ଯୁବକ ଟାୱାର ଉପରକୁ ଚଢ଼ିବାର ସଠିକ୍‌ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri