କୋକସରା,୧୫।୫: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଟେମେରା ପଞ୍ଚାୟତ ସିର୍ଲିିଗୁଡା ଗ୍ରାମର ଜଣେ ଯୁବକ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଗ୍ରାମର ପରଦେଶୀ ପାଣିଗ୍ରାହୀଙ୍କ ପୁଅ ଘନଶ୍ୟାମ ପାଣିଗ୍ରାହୀ (୨୦) ବୋଲି ଜଣାପଡ଼ିଛି। ସେ ବୁଧବାର ନିଜ ଘରେ ବେକରେ ଫାଶି ଲଗାଇ ଥିବା ଦେଖି ପରିବାର ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୋକସରା ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଜବତ କରିଥିଲେ। ଗୁରୁବାର ସକାଳେ ମୃତଦେହ ବ୍ୟବଚ୍ଛେଦ ହେବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ କୋକସରା ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଜାରି ରଖିଥିବା ଥାନା ପକ୍ଷରୁ ସୂଚନା ମିଳିଛି।

