ବିଦ୍ୟୁତ୍‌ ଦର ବୃଦ୍ଧିରେ ଯୁବକଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ପ୍ରତିବାଦ ଚାଲିଛି। ମଙ୍ଗଳବାର ରାଜ୍ୟ ବିଦ୍ୟୁତ୍‌ ନିୟାମକ ବୋର୍ଡ ସମ୍ମୁଖରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଟିଭି ଓ କମ୍ପ୍ୟୁଟର ପୋଡ଼ି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କରୋନାରେ ଜୀବନ ଓ ଜୀବିକା ପାଇଁ ଲଢ଼େଇ କରୁଥିବା ରାଜ୍ୟବାସୀଙ୍କ ଉପରେ ବିଦ୍ୟୁତ୍‌ ଦର ବୃଦ୍ଧି ଏକ ଶକ୍ତ ଆଘାତ ଦେଇଛି। ଏ ପର୍ଯ୍ୟନ୍ତ ଦୋକାନୀ, କ୍ଷୁଦ୍ର ଓ ମଧ୍ୟମ ଧରଣର କଳକାରଖାନା ନିଜର ଆର୍ଥିକ ସ୍ଥିତିକୁ ସୁଧାରି ଅଣ୍ଟା ସଳଖି ପାରି ନ ଥିବା ପରିତାପର ବିଷୟ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହି ଅବସରରେ ସ୍ମୃତିରଞ୍ଜନ କହିଛନ୍ତି, ପ୍ରବାସୀ ଶ୍ରମିକ ଗୁଜୁରାଣ ମେଣ୍ଟାଇବା ପାଇଁ ସକ୍ଷମ ହୋଇନାହାନ୍ତି। ବହୁ ବେକାର ଯୁବକ ନିଜ ପରିବାରର ଭାର ବହନ କରିବା ପାଇଁ ଅସମର୍ଥ । ଏଭଳି ସ୍ଥଳେ ଘରୋଇ କମ୍ପାନୀଙ୍କ ସ୍ବାର୍ଥ ପାଇଁ ରାଜ୍ୟବାସୀଙ୍କ ଉପରେ ବିଦ୍ୟୁତ୍‌ ଦର ବୃଦ୍ଧିକୁ ଯୁବକଂଗ୍ରେସ ଦୃଢ଼ ବିରୋଧ କରୁଛି। ଓଡ଼ିଶା ବିଦ୍ୟୁତ୍‌ ଉପତ୍ାଦନରେ ସ୍ବାବଲମ୍ବୀ ଥିବାବେଳେ ଅନ୍ୟ ରାଜ୍ୟକୁ ମଧ୍ୟ ଯୋଗାଣ କରୁଛି। ସେହି ରାଜ୍ୟଗୁଡିକ ବିଦ୍ୟୁତ୍‌ ଦର ରିହାତି ପ୍ରଦାନ କରୁଥିବା ବେଳେ ରାଜ୍ୟ ସରକାର କାହା ସ୍ବାର୍ଥରେ ଦର ବୃଦ୍ଧି କରୁଛନ୍ତି ବୋଲି ସ୍ମୃତି ପ୍ରଶ୍ନ କରିଛନ୍ତି। ଆଗାମୀ ଦିନରେ ବିଜୁଳି ଦର ହ୍ରାସ ନ ହେଲେ ଯୁବକଂଗ୍ରେସ ଜିଲା ଓ ବ୍ଲକ ସ୍ତରରେ ଆନ୍ଦୋଳନକୁ ତୀବ୍ରତର କରିବା ସହ ଆଇନକୁ ହାତକୁ ନେବାକୁ ପଛଘଞ୍ଚା ଦେବନାହିଁ। ଅନ୍ୟପଟେ ୨୨ତାରିଖରେ ୧୫ ମିନିଟ୍‌ ବିଦ୍ୟୁତ୍‌ ବ୍ୟବହାର ବନ୍ଦ ରଖିବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?