କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ବାନ୍ଧିଛି। ଅଭିଯୁକ୍ତ ହେଲେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପିଡବ୍ଲ୍ୟୁଡି କଲୋନୀରେ ରହୁଥିବା ସୁଶାନ୍ତ ପାଢ଼ୀ(୪୫)। ମାମଲା ନଂ୧୮୨/୨୬ ରେ ତାଙ୍କୁ ଗିରଫ କରାଯାଇଛି।

ପୋଲିସ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ଖଣ୍ଡା ଜବତ କରିଛି। ପ୍ରାଥମିକ ତଦନ୍ତରୁ ସେ ଜଣେ ଗଛ କଟାଳି ବୋଲି ଜଣାପଡିଛି । ସେ ମାତ୍ରାଧିକ ନିଶାପନ କରି ଏଭଳି କାଣ୍ଡ ଘଟାଇଥିବା ନେଇ ଅନୁମାନ କରାଯାଉଛି । ତେବେ ତାଙ୍କୁ କୋର୍ଟ ଭିତରକୁ କେଉଁ ଠିକାଦାର ପଠାଇଥିଲେ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ଅନ୍ୟପଟେ କୋର୍ଟ ପରିସରରେ ମାରଣାସ୍ତ୍ର ଧରି ବୁଲିବା ସହ ଲୋକଙ୍କୁ ଆତଙ୍କିତ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି। ପୂର୍ବରୁ ତାଙ୍କରି ନାମରେ କୌଣସି ଅପରାଧିକ ମାମଲା ନଥିବା ଜଣାପଡିଛି।

ଘଟଣାରୁ ପ୍ରକାଶ ଯେ ସୋମବାର ଅପରାର୍ହ୍ନରେ ଜଣେ ଯୁବକ ନିଶାଶକ୍ତ ଅବସ୍ଥାରେ ହାତରେ ଖଣ୍ଡା ଧରି କୋର୍ଟ ପରିସରରେ ଘୁରି ବୁଲୁଥିଲେ। ଏପରିକି ସେ ବିଭିନ୍ନ ଅଶ୍ଳୀଳ ଭାଷାରେ ଗାଳି ଗୁଳଜ କରୁଥିଲେ। ଲୋକମାନେ ଏହାଦେଖି ଭୟଭୀତ ହୋଇଥିଲେ। ପରେ ସେଠାରେ କାର୍ଯ୍ୟରତ କିଛି ଆଇନଜୀବୀ ପୋଲିସକୁ ଖବର କରିଥିଲେ । ପରେ ବୈଦ୍ୟନାଥପୁର ପୋଲିସ ସେଠାରେ ପହଞ୍ଚି ଉକ୍ତ ଯୁବକଙ୍କୁ କାବୁ କରିଥିଲା। ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ କରାଯାଉଛି ବୋଲି ପୋଲିସ କହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri