ବଗିଚାକୁ ଯାଇଥିବା ବେଳେ ଯୁବକଙ୍କୁ ଗୋଡାଇ ଗୋଡାଇ କାମୁଡିଲା ବାର୍‌ହା, ତାପରେ…

ତୁମୁଡିବନ୍ଧ,୫।୩(ଦୀପକ କୁମାର ପରାସେଠ): ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ଲଂକାଗଡ଼ ପଞ୍ଚାୟତର ହାତିମୁଣ୍ଡା ଗ୍ରାମରେ ଦେଖିବାକୁ ମିଳିଛି  ଗୁରୁତର ଯୁବକ ହେଲେ ଲଂକାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ହର ପାତ୍ର ।

ମିଳିଥିବା ସୂଚନା ଅନୁସାରେ, ହର ପାତ୍ର ଗୁରୁବାର ସକାଳ ପ୍ରାୟ ୭ଘଣ୍ଟା ସମୟରେ ଘର ଠାରୁ ପ୍ରାୟ ୧କିମି ଦୂର ନିଜ କ୍ଷେତ ପାଖରେ ଥିବା କାଜୁ ବଗିଚାକୁ କାମ କରିବାକୁ ଯାଇଥିଲେ । ସେହି ସମୟରେ ହଠାତ ଜଙ୍ଗଲି ବାର୍‌ହା ଆସି ଆକ୍ରମଣ କରିଥିଲେ । ହାତରେ ଏକଲାଠି ଧରିଥିବା ଫଳରେ ବାର୍‌ହା ସହିତ ଲଢେଇ କରିବା ପାଇଁ ସାହସ ଜୁଟିଥିଲା। ଏହା ପରେ କିଛି ସମୟ ଉଭୟଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ସେହି ସମୟରେ ବାରା ହରଙ୍କ ଶରୀରର ଅନେକ ସ୍ଥାନକୁ କାମୁଡି ଦେଇଥିଲା ।

ସେ ସେଠାରେ ପଡ଼ି ରହି ଘରକୁ ଫୋନ ଯୋଗେ ଜଣାଇଥିଲେ । ଘରଲୋକ ତୁରନ୍ତ ଘଟଣା ସ୍ଥଳକୁ ଯାଇ ତାଙ୍କୁ ଉଦ୍ଧାର କରି ଘରକୁ ନେଇ ସେଠାରୁ ୧୦୮ଆମ୍ବୁଲାନ୍ସ ଯୋଗେ ତୁମୁଡିବନ୍ଧ ଗୋଷ୍ଠୀ ଚିକିତ୍ସାଳୟକୁ ଆଣି ଚିକିତ୍ସା କରାଯାଇଥିଲେ । ଏହାପରେ ଅବସ୍ଥା ଗୁରୁତର ହେବାରୁ ଅଧିକା ଚିକିତ୍ସା ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଏହି ବାବଦରେ ତୁମୁଡିବନ୍ଧ ବନାଞ୍ଚଳ ଅଧିକାରୀ ରଜନୀ କାନ୍ତ ମେହେରଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ଘଟଣା ଘଟିବା ଖବର ପାଇ ଲଂକାଗଡ଼ ବନରକ୍ଷୀ ସୁବୋଧ କୁମାର ସାହୁ ଓ ସ୍କୁୱାର୍ଡ ଟିମଙ୍କୁ ଚିକିତ୍ସାଧୀନ ହର ପାତ୍ରଙ୍କ ନିକଟକୁ ପଠାଇ ସ୍ଥିତି ବାବଦରେ ଜାଣିବା ସହିତ ସରକାରୀ ସହାୟତା ପାଇଁ ଅନୁକମ୍ପା ଆପରେ ଆବେଦନ କରିବା ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri