ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ସକାଳୁ ଭର୍ତ୍ତି କରିଛନ୍ତି।

ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ଗ୍ରାମ ନିକଟ ପାହାଡ ଉପରକୁ ବଲୁ ଗୋରୁ ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଭାଲୁକୁ ପଥର ଫିଙ୍ଗି ତାଙ୍କୁ ବଞ୍ଚାଇ ଆମ୍ବୁଲାନ୍ସ ଯୋଗେ ଆଣି ପ୍ରଥମେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିଲେ। ଘଟଣା ପରେ ଜଙ୍ଗଲ ବିଭାଗର କୌଣସି ଅଧିକାରୀ ପହଞ୍ଚି ନ ଥିବା ପରିବାର କହିଛନ୍ତି। ଏ ନେଇ ଜଙ୍ଗଲ ବିଭାଗର ଡିଏଫଓ କେ.ଭି. ରାବଣା ରାଓଙ୍କୁ ଯୋଗାଯୋଗ କରିବାରୁ ବଲୁଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଘଟଣା ସମ୍ପର୍କରେ ରେଞ୍ଜରଙ୍କୁ ପଠାଇ ତଦନ୍ତ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri