ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ଯୁବକ ଅଟକ

ବାରଙ୍ଗ,୨ା୧୧(ଲିଙ୍ଗରାଜ ରାଉତ): ଗୋଡ଼ି ସାହି ଫାଣ୍ଡି ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବାଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଯୁବକ ଜଣଙ୍କ ମଞ୍ଚେଶ୍ୱର ଥାନା ଅଧୀନ ଅଞ୍ଚଳରେ। ସେ ଏକ ଦୁଗ୍ଧ କମ୍ପାନୀରେ ଠିକା କର୍ମଚାରୀ ଭାବେ କାମ କରୁଥିବାବେଳେ ସେ ବିବାହିତ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ସେ ଘର ଭଡ଼ା ନେଇ ଗୋଡ଼ି ସାହି ଫାଣ୍ଡି ନିକଟ ଏକ ଗଁାରେ ରହୁଥିଲେ। ଘର ପାଖରେ ରହୁଥିବା ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ନାବାଳିକା ଜଣଙ୍କ ଗର୍ଭବତୀ ଥିବା ଜଣାପଡ଼ିବା ପରେ ପରିବାର ଲୋକେ ତାର ଗର୍ଭ ନଷ୍ଟ କରିବାକୁ ବୁଧବାର କଟକ ବଡ଼ ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ନାବାଳିକାଙ୍କ ବୟସକୁ ନେଇ ଦ୍ୱନ୍ଦ୍ୱ ଉପୁଜିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ଆଧାର କାର୍ଡ ଯାଞ୍ଚ କରାଯାଇଥିଲା। ନାବାଳିକାଙ୍କ ବୟସ ୧୩ବର୍ଷ ଜଣାପଡ଼ିବା ପରେ ଗର୍ଭପାତ କରିବାକୁ ଡାକ୍ତର ମନା କରିବା ସହ ତୁରନ୍ତ ମଙ୍ଗଳାବାଗ ଥାନା ପୋଲିସକୁ ଏ ବିଷୟରେ ଜଣାଇଥିଲେ। ମଙ୍ଗଳାବାଗ ଥାନା ପୋଲିସଠାରୁ ଖବରପାଇ ବାରଙ୍ଗ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ଯୁବକକୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri