ଘରକୁ ଆସୁଥିଲେ: ୭ କି.ମି ଦୂରରେ ଚାଲିଗଲା ଜୀବନ

ସୋରଡ଼ା,୧୩।୨(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ୫୯ ନମ୍ବର ଜାତୀୟ ରାଜପଥ ପଙ୍କଳବାଡ଼ି ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହୁକୁମା ଗ୍ରାମର ଜୁରିଆ ପ୍ରଧାନଙ୍କ ପୁଅ ଜଗନ୍ନାଥ ପ୍ରଧାନ(୪୫)। ସେ ବ୍ରହ୍ମପୁରର ଏକ ସଂସ୍ଥାରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ।

ମିଳିଥିବା ସୂଚନା ମୁତାବକ, ଜଗନ୍ନାଥ ମଙ୍ଗଳବାର ସକାଳେ ବ୍ରହ୍ମପୁରରୁ ବାଇକ୍‌ ଯୋଗେ ଘରକୁ ଆସୁଥିଲେ। ହେଲେ ଘରଠାରୁ ୭ କି.ମି ଦୂରରେ ୫୯ ନମ୍ବର ଜାତୀୟ ରାଜପଥ ପଙ୍କଳବାଡି ନିକଟରେ ବାଇକ୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ଜଗନ୍ନାଥ ଗୁରୁତର ହୋଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ, ପୋଲିସ ପହଞ୍ଚି ଜଗନ୍ନାଥଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଇଆଇସି ଅନିଲ କୁମାର ପରିଡ଼ା ,ଏସ୍‌ଆଇ ସୁକାନ୍ତି ଦେଇ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସରପଞ୍ଚ ରବି ମଲିକଙ୍କ ସମେତ ଗ୍ରାମବାସୀ ମେଡିକାଲରେ ପହଞ୍ଚି ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri