ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା ହୋଇଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ପ୍ରଥମେ ଟ୍ରେନ ଧକ୍କାରେ ଯୁବକଙ୍କ ଜୀବନ ଚାଲିଯାଇଥିବା ବେଳେ ମୃତଦେହ ଉପରେ ପୁଣି ଏକ ଇଞ୍ଜିନ ମାଡ଼ି ଯାଇଥିବା ନେଇ ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ, ଯୁବକଜଣକ ରେଳଲାଇନ ମଝିରୁ ଅନ୍ୟ ପ୍ଲଟଫର୍ମକୁ ଆସିବା ସମୟରେ ଟ୍ରେନ ଧକ୍କା ଦେଇଥିଲା । ଦ୍ବିପହର ୨ଟା ସମୟରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ଫଳରେ ଘଟଣାସ୍ଥଳରେ ହିଁ ଯୁବକଜଣକ ପ୍ରାଣ ହରାଇଥିଲେ । ତେବେ ଏହାପରେ ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ଖବର ଦେଇଥିଲେ । ହେଲେ ଗୁଣପୁର ରେଲୱେ ପୋଲିସ ଏଠାରେ ଉପସ୍ଥିତ ନଥିବାରୁ ସଭିଁଏ ପାରଳାଖେମୁଣ୍ଡି ରେଲୱେ ପୋଲିସ ଅପେକ୍ଷାରେ ରହିବା ଦେଖିବାକୁ ମିଳିଛି । ତେବେ ଏହାରି ଭିତରେ ଟ୍ରେନର ଇଞ୍ଜିନ ବଦଳାଇବା ପାଇଁ ମୃତ ବ୍ୟକ୍ତିଙ୍କ ଉପର ଦେଇ ଇଞ୍ଜିନ ଚାଲିଯାଇଥିଲା । ତେବେ କିପରି ଚାଳକ ଏପରି କଲେ ସେନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଖବର ଲୋଖାଯିବା ସୁଦ୍ଧା ମୃତଦେହ ରେଳ ଲାଇନରେ ପଡିରହିଥିବା ଜଣାପଡ଼ିଛି । ବର୍ତ୍ତମାନ ଶବଟି ରେଲୱେ ଖମ୍ବ ନମ୍ବର ୮୯/୧୫ ନିକଟରେ ପଡ଼ିରହିଛି ।

 

Dharitri –Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri