ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର ଅକ୍ଷୟ ପାତ୍ର। ସୋମବାର ଅପରାହ୍ନରେ ଅକ୍ଷୟ ପାତ୍ର ତାଙ୍କର ୫ ଜଣ ଅନ୍ୟ ସାଥୀଙ୍କ ସହିତ ରିଲ୍‌ସ କରୁଥିଲେ। ଏହି ସମୟରେ ସେହି ଲାଇନରେ ଯାଉଥିବା ନୀଳାଚଳ ଏକ୍ସପ୍ରେସ ଅକ୍ଷୟଙ୍କୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହା ଦେଖି ତାଙ୍କ ସହ ଥିବା ଅନ୍ୟ ସାଥୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବରପାଇ ବାଲେଶ୍ୱର ଜିଆରପି ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ନେଇଯାଇଛନ୍ତି। ତେବେ ଅକ୍ଷୟଙ୍କ ସମେତ ଅନ୍ୟ ଯୁବକମାନେ ନିକଟରେ ଚାଲିଥିବା ଏକ ଯାତ୍ରା ଦଳର ନୃତ୍ୟ କଳାକାର ଭାବେ କାର୍ଯ୍ୟ କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri