ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ (୧୯) ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ବୈତରଣୀ ନଦୀରେ ଭାସିଯାଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ହଠାତ୍‌ ସନ୍ତୁଳନ ନଦୀରେ ଗୋଡ ଖସିଯାଇଥିବା ବେଳେ ପାଣିରେ ପଡ଼ିଯାଇଥିଲେ। ପରେ ଖୋଜାଖୋଜି ପରେ ବାରେଶ୍ୱର ଘାଟ ନିକଟରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୋାଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Share