ଭଉଣୀଙ୍କ ସହ ଘରୁ ବାହାରିଥିଲେ, ଆଉ ଫେରିଲେନି; ଦୁର୍ଘଟଣାରେ ଚାଲିଗଲା…

ମୋହନା,୧୩।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ କଟାମା ପଞ୍ଚାୟତର ପୂର୍ବତନ ସରପଞ୍ଚ ହାଡ଼ିଆ କନ୍ଧଙ୍କ ପୁଅ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ସେ ହେଲେ ପୃଥିବୀରାଜ କନ୍ଧ(୧୭)।
ସୂଚନା ପ୍ରକାରେ, ଅଡବା ଥାନା ଅନ୍ତର୍ଗତ କାଟାମା ପଞ୍ଚାୟତ ଡ଼ାଞ୍ଜରୁବା ଗାଁ ର ଗୁରୁବାର ଦିନ ସକାଳ ୧୦ଟା ସମୟରେ ପୃଥିବୀରାଜ ଭଉଣୀଙ୍କ ପାଇଁ ଆବଶ୍ୟକ ଥିବା ପାନ କାର୍ଡ ଆବେଦନ କରିବା ପାଇଁ ବାଇକ ଯୋଗେ ବ୍ରାହ୍ମଣୀ ଗାଁକୁ ଯାଇଥିଲେ।ସେଠାରେ ପାନ କାର୍ଡ ଆବେଦନ ହୋଇ ନ ପାରିବାରୁ ସେଠାରୁ ଫେରି କଟାମା ଗାଁରେ ଥିବା ଜନ ସେବା କେନ୍ଦ୍ରରେ ଭଉଣୀକୁ ଛାଡି ନିଜ ଗାଁକୁ ଯାଇଥିଲେ। ସେ ଫେରିବାର ବିଳମ୍ବ ହେବାରୁ ଭଉଣୀ ବାପା ହାଡ଼ିଆ କନ୍ଧଙ୍କୁ ଯୋଗାଯୋଗ କରିଥିଲେ। ପରେ ବାପା ଆସି ଖୋଜା ଖୋଜି କରିବା ପରେ ନିଜ ମକା ବାଡ଼ରେ ବାଇକ ସହ ପୃଥିବୀରାଜ ଗୁରୁତର ଅବସ୍ଥାରେ ପଡି ରହିଥିବା ଦେଖି ସଙ୍ଗେ ସଙ୍ଗେ ଗାଁ ନିକଟ ବ୍ରାହ୍ମଣୀ ଗାଁ ଉପ ସୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ପ୍ରାଥମିକ ଚିକିତ୍ସା କରିବା ପରେ ଗୁରୁତର ଥିବା ଯୋଗୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରିଥିଲେ। ଡାକ୍ତର କିରନ କୁମାର ସାହୁ ପୃଥିବୀରାଜକୁ ମୃତ ଘୋଷଣା କରିଛନ୍ତି। ଘଟଣା ସ୍ଥଳରେ ଅଡବା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ଅଡ଼ବା ପୁଲିସ ତଦନ୍ତ ଜାରି ରଖିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri