ବିବାହ ଉତ୍ସବକୁ ଆସିଥିଲେ: ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଜୀବନ

କୋକସରା,୨।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାରଙ୍ଗପଡା ଗାଁର ଇନ୍ଦ୍ର ରାଉତ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ସେ ଦୀର୍ଘବର୍ଷ ହେବ ଜୟପାଟଣାରେ ରହୁଥିବା ବେଳେ ବିବାହରେ ଯୋଗଦେବାକୁ ବୁଧବାର ଜଳତାମୁଣ୍ଡା ଆସିଥିଲେ। ହେଲେ ଟେଣ୍ଟରେ ଲଗାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସେ ଗୁରୁତର ହୋଇଥିଲେ। ସମ୍ପର୍କୀୟମାନେ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମୋଟେର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା(ନଂ.୪/୨୩) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ

ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri