ସଜନା ଛୁଇଁ ତୋଳିବା ବେଳେ ଅଘଟଣ: ବିଦ୍ୟୁତ ତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୨୫ା୨ି(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ବାଟିସିରିପୁର ଗ୍ରାମରେ ଜଣେ ଯୁବକ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୩୨୬-ଏ ଜାତୀୟ ରାଜପଥ ଅନ୍ତର୍ଗତ ଉପଲଡା ଗ୍ରାମ ସ୍ଥିତ ପାୱାର୍‌ ହାଉସ ସମ୍ମୁଖରେ ୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ରାସ୍ତା ଅବରୋଧ କରିଛନ୍ତି।

ପ୍ରକାଶ ଯେ, ବାଟିସିରିପୁର ଗ୍ରାମର ସୁରବାରାପୁ ନାଗେଶ୍ବରଙ୍କ ଏକ ମାତ୍ର ପୁତ୍ର ଏସ. ଯୋଗେଶ୍ବର ରାଓ (୨୩) ସକାଳେ ଛୁଇଁ ତୋଳିବାକୁ ସଜନା ଗଛ ଉପରକୁ ଚଢ଼ିଥିଲେ। ଗଛକୁ ଲାଗି ଉଚ୍ଚ ସମ୍ପନ୍ନ ବିଦ୍ୟୁତ ତାର ରହିଥିଲା। ଯୋଗେଶ୍ବର ଛୁଇଁ ତୋଳୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ସେ ତଳକୁ ପଡ଼ି ଗୁରୁତର ହୋଇଥିଲେ। ଗ୍ରାମବାସୀ ତଥା ତାଙ୍କ ପରିବାର ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକେ ଓ ଗ୍ରାମବାସୀ ନେଇ ଗ୍ରାମରେ ଥିବା ପାୱାର୍‌ ହାଉସ ତଥା ଟିପିଏସଓଡିଏଲ କାର୍ଯ୍ୟାଳୟ ସମ୍ମୁଖ ୩୨୬-ଏ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। କ୍ଷତିପୂରଣ ଦାବିରେ ଦୀର୍ଘ ୪ଘଣ୍ଟାରୁ ଊର୍ଦ୍ଧ୍ୱ ରାସ୍ତାରୋକ କରିଥିଲେ। ଥାନା ଅଧିକାରୀ ଶ୍ରୀ ପାତ୍ର ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସୁଫଳ ମିଳିନଥିଲା। ପରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ନାରାୟଣ ବେହେରା ବୁଝାସୁଝା କରିଥିଲେ। କିନ୍ତୁ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଲେ ରାସ୍ତା ଅବରୋଧରୁ ହଟିବେ ବୋଲି କହିଥିଲେ। ପ୍ରାୟ ତିନିଘଣ୍ଟା ପରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଚିତ୍ତରଞ୍ଜନ ପାଢୀ ଏବଂ କନିଷ୍ଠଯନ୍ତ୍ରୀ ପହଞ୍ଚି କ୍ଷତିପୂରଣ ପ୍ରଦାନ ନିମନ୍ତେ ଲିଖିତ ପ୍ରତିଶ୍ରୁତି ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା। ଜିଲା ପ୍ରଶାସନ ତରଫରୁ ରେଡକ୍ରସ ପାଣ୍ଠିରୁ ୨୦ହଜାର ଟଙ୍କା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri