ସଜନା ଛୁଇଁ ତୋଳିବା ବେଳେ ଅଘଟଣ: ବିଦ୍ୟୁତ ତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୨୫ା୨ି(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ବାଟିସିରିପୁର ଗ୍ରାମରେ ଜଣେ ଯୁବକ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୩୨୬-ଏ ଜାତୀୟ ରାଜପଥ ଅନ୍ତର୍ଗତ ଉପଲଡା ଗ୍ରାମ ସ୍ଥିତ ପାୱାର୍‌ ହାଉସ ସମ୍ମୁଖରେ ୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ରାସ୍ତା ଅବରୋଧ କରିଛନ୍ତି।

ପ୍ରକାଶ ଯେ, ବାଟିସିରିପୁର ଗ୍ରାମର ସୁରବାରାପୁ ନାଗେଶ୍ବରଙ୍କ ଏକ ମାତ୍ର ପୁତ୍ର ଏସ. ଯୋଗେଶ୍ବର ରାଓ (୨୩) ସକାଳେ ଛୁଇଁ ତୋଳିବାକୁ ସଜନା ଗଛ ଉପରକୁ ଚଢ଼ିଥିଲେ। ଗଛକୁ ଲାଗି ଉଚ୍ଚ ସମ୍ପନ୍ନ ବିଦ୍ୟୁତ ତାର ରହିଥିଲା। ଯୋଗେଶ୍ବର ଛୁଇଁ ତୋଳୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ସେ ତଳକୁ ପଡ଼ି ଗୁରୁତର ହୋଇଥିଲେ। ଗ୍ରାମବାସୀ ତଥା ତାଙ୍କ ପରିବାର ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକେ ଓ ଗ୍ରାମବାସୀ ନେଇ ଗ୍ରାମରେ ଥିବା ପାୱାର୍‌ ହାଉସ ତଥା ଟିପିଏସଓଡିଏଲ କାର୍ଯ୍ୟାଳୟ ସମ୍ମୁଖ ୩୨୬-ଏ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। କ୍ଷତିପୂରଣ ଦାବିରେ ଦୀର୍ଘ ୪ଘଣ୍ଟାରୁ ଊର୍ଦ୍ଧ୍ୱ ରାସ୍ତାରୋକ କରିଥିଲେ। ଥାନା ଅଧିକାରୀ ଶ୍ରୀ ପାତ୍ର ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସୁଫଳ ମିଳିନଥିଲା। ପରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ନାରାୟଣ ବେହେରା ବୁଝାସୁଝା କରିଥିଲେ। କିନ୍ତୁ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଲେ ରାସ୍ତା ଅବରୋଧରୁ ହଟିବେ ବୋଲି କହିଥିଲେ। ପ୍ରାୟ ତିନିଘଣ୍ଟା ପରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଚିତ୍ତରଞ୍ଜନ ପାଢୀ ଏବଂ କନିଷ୍ଠଯନ୍ତ୍ରୀ ପହଞ୍ଚି କ୍ଷତିପୂରଣ ପ୍ରଦାନ ନିମନ୍ତେ ଲିଖିତ ପ୍ରତିଶ୍ରୁତି ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା। ଜିଲା ପ୍ରଶାସନ ତରଫରୁ ରେଡକ୍ରସ ପାଣ୍ଠିରୁ ୨୦ହଜାର ଟଙ୍କା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri