ବିଦ୍ୟୁତ୍‌ ତାରରେ ଲାଗିଲା ମେଢ଼, ଯୁବକ ମୃତ

ବରୀ,୧୯ା୯(ମହେନ୍ଦ୍ର ସ୍ବାଇଁ): ଗଣେଶ ପୂଜା ପାଇଁ ସବୁଠି ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ ବାଲିବିଲଠାରେ ଏକ ଅଘଟଣ ଘଟିଛି। ଗଣେଶ ମେଢ଼କୁ ଅଲିପୁରଠାରୁ ଏକ ଟ୍ରାକ୍ଟର ଯୋଗେ ଉକ୍ତ ବ୍ଲକ୍‌ ଅଧୀନ ଅଙ୍ଗାଳୋ ପଞ୍ଚାୟତ ଡିହବାରିଙ୍ଗ ଗ୍ରାମର ଯୁବକମାନେ ନେଇ ଯାଉଥିବାବେଳେ ତାହା ୧୧ କେ.ଭି. ବିଦ୍ୟୁତ୍‌ ତାର ସ୍ପଂସ୍ପର୍ଶରେ ଆସିବାରୁ ଘଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟକେତେଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ଗ୍ରାମର ସମୀର ରାଉତ। ଘଟଣାପରେ ବାଲିବିଲ ଅଞ୍ଚଳର ଯୁବକମାନେ ବିଦ୍ୟୁତ୍‌ ବିଭାଗର ଖାମଖିଆଲି ମନୋଭାବ ଯୋଗୁ ଏଭଳି ଘଟଣା ଘଟିଲା ବୋଲି ଅଭିଯୋଗ କରିବା ସହ ଦୀର୍ଘ ସମୟ ଧରି ହୋହଲ୍ଲା କରିଥିଲେ। ଖବର ପାଇ ବରୀ ବିଦ୍ୟୁତ୍‌ ଉପଖଣ୍ଡ ଅଧିକାରୀ ଭବାନୀ ଶଙ୍କର ରାୟ ପହଞ୍ଚତ୍ ମୁଖ୍ୟରାସ୍ତାରେ ଥିବା ତାର ଓ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକୁ ସ୍ଥାନାନ୍ତର କରାଯିବାର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଯୁବକମାନେ ଆନ୍ଦୋଳନରୁ ଓହରିଥିଲେ। ବରୀ-ରାମଚନ୍ଦ୍ରପୁର ଥାନା ପୋଲିସ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?