ଟାୟାର ବଦଳାଇବାକୁ ଯାଇଥିଲେ, ବିଦ୍ୟୁତ ଆଘାତରେ ଚାଲିଗଲା ହାଇଓ୍ବା ଡ୍ରାଇଭରଙ୍କ ଜୀବନ 

ଧର୍ମଶାଳା,୯।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା  ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ  ନିକଟରେ ଥିବା ଆପୋଲ ଟାୟାର ଅଫିସ ସମ୍ମୁଖରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ କଟକ ଜିଲା ଗୁରୁଡିଝାଟିଆଡି  ଥାନା ଅନ୍ତର୍ଗତ ବଳବାହାପୁର ଗ୍ରାମର ସୁଦାମା ଗୋଛି (୪୨)।
ସୂଚନା ମୁତାବକ, ଆଜି  ପୂର୍ବାହ୍ନରେ ହାଇୱା ଡ୍ରାଇଭର ଟାୟାର ବଦଳାଇବା ପାଇଁ ତାରିଣୀ ଛକ ନିକଟକୁ ଯାଇଥିଲେ। ସେଠାରେ ଟାୟାର ମରାମତି ଦୋକାନ ବନ୍ଦ ଥିବା କାରଣରୁ ଗାଡ଼ି ଡ଼ାଲା ଉପରକୁ ଟାୟାର ଗୁଡ଼ିକ ରଖି ଦେଇଥିଲେ। କିନ୍ତୁ ସେହି ସମୟରେ କୌଣସି କାରଣରୁ ନିକଟରେ ଥିବା ୧୧kv ଲାଇନ ତାର ସଂସ୍ପର୍ଶରେ ସେଗୁଡ଼ିକ ଆସି ଜଳିବାକୁ ଲାଗିଥିଲା। ଡ୍ରାଇଭର ଗାଡିରୁ ଓହ୍ଲାଇ ଗାଡିର ପଛ ଟାୟାରଟି ଜଳୁଥିବା ଦେଖିବାକୁ ପାଇଥିଲେ। ପାଣି ଆଣି ପକାଉଥିବାବେଳେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ବଡଚଣା ମେଡିକାଲକୁ ନିଆଯାଇଥିଲା। ସେଠାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri