ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ୩୬ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ବାରତୁଣିଆଁ ଗ୍ରାମର ସୁରେନ୍ଦ୍ର ମହାନ୍ତଙ୍କ ପୁଅ ଟୁନା ମହାନ୍ତ (୩୬) ।
ସୂଚନା ଅନୁସାରେ, ଟୁନା ଗୁରୁବାର ସକାଳ ୯ .୩୦ ଟା ସମୟରେ ଘରେ ବିଦ୍ୟୁତ ବୋର୍ଡ ମରାମତି କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।