ଦାଦନ ଖଟିବାକୁ ଯାଇ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ବିଧାୟକ କହିଲେ କମ୍ପାନୀ ଅଛି…

ରାୟଗଡ଼ା/ଟିକିରି,୧୫/୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ବକ୍ସାଇଟ ଖଣି ଗନ୍ତାଘର ଭାବେ ବିଶ୍ୱ ପରିଚିତ କାଶୀପୁର ବ୍ଲକର ଜଣେ ୨୫ବର୍ଷୀୟ ଯୁବକ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି । ମୃତକ ଜଣକ ହେଲେ କୁଚେଇପଦର ଗ୍ରାମର ଲିଙ୍ଗରାଜ ମାଝିଙ୍କ ପୁଅ ଗୁରୁନାଥ ମାଝି । ସୂଚନା ମୁତାବକ ଗୁରୁନାଥ ତାମିଲନାଡ଼ୁ ରାଜ୍ୟର ଏକ ସୂତା କଳରେ ଶ୍ରମିକ ଭାବେ କାମ କରୁଥିଲେ । କମ୍ପାନୀରେ କାମ ସାରିବା ପରେ କୌଣସି କାର୍ଯ୍ୟ ପାଇଁ ବଜାରକୁ ଯାଇଥିବା ବେଳେ ଦୁର୍ଘଟଣା ହୋଇଥିଲା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

ମୃତକଙ୍କ ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ଗାଁକୁ ଫେରାଇ ଆଣୁଥିବା ମାନବଧିକାର କର୍ମୀ ସଦନ ମାଝି ସୂଚନା ଦେଇଛନ୍ତି । ତେବେ କାଶୀପୁର ବ୍ଲକରେ ଉତ୍କଳ ଆଲୁମିନା କମ୍ପାନୀ ଦୀର୍ଘ ବର୍ଷ ହେଲା ରହିଥିଲେ ମଧ୍ୟ ସ୍ଥାନୀୟ ଯୁବତୀଯୁବକଙ୍କୁ କୌଣସି ପ୍ରଶିକ୍ଷଣ ସଠିକ୍ ଭାବେ ମିଳୁନାହିଁ କି ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ମିଳୁନାହିଁ ବୋଲି ଅଂଚଳବାସୀ ଅଭିଯୋଗ କରିଛନ୍ତି । ଏଭଳିକି ଯୋଗ୍ୟତା ଭିତିରେ ନିଯୁକ୍ତି ବଦଳରେ ସିଏସଆର ପ୍ରୋଜେକ୍ଟ ମାଧ୍ୟମରେ କିଛି ମାସର କାମ ଦେଇ କମ୍ପାନୀ ସେମାନଙ୍କୁ ଚାକିରିରୁ ବାହାର କରି ଦେଉଥିବା ଅଭିଯୋଗ ହୋଇଛି । ରାୟଗଡ଼ା ବିଧାୟକ ଆପଲସ୍ୱାମୀ କାଡ୍ରାକା ମଧ୍ୟ ଏନେଇ ଉଦବେଗ ପ୍ରକାଶ କରିବା ସହିତ ଜିଲାରେ ୫ରୁ ଉରର୍ଦ୍ଧ୍ବ ବଡ଼ ଧରଣର ଶିଳ୍ପ ପ୍ରତିଷ୍ଠାନ ରହିଥିଲେ ମଧ୍ୟ ଜିଲାର ଯୁବତୀଯୁବକଙ୍କୁ ସ୍ଥାୟୀ ନିଯୁକ୍ତି ମିଳୁନଥିବା ଅଭିଯୋଗ କରିଛନ୍ତି ।

ଏଭଳିକି କଂସାରିଗୁଡ଼ା ଠାରେ ଆରମ୍ଭ ହେବାକୁ ଥିବା ପୋଷାକ ତିଆରି ୟୁନିଟର ଏଯାବତ୍ ଫାଉଣ୍ଡେସନ କାମ ମଧ୍ୟ ଆରମ୍ଭ ହୋଇନାହିଁ । ସେମାନଙ୍କୁ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ବଦଳରେ ଏମଜିଏନଆରଇଜିଏସ୍ ଯୋଜନାରେ ଅର୍ନ୍ତଭୁକ୍ତ କରି ୧୦୦ ଦିନିଆ କାମ ଦେଉଛି ପ୍ରଶାସନ । ତାହାବି ଦଲାଲଙ୍କ କବଳରେ ପଡ଼ିବା କାରଣରୁ ଉପଯୁକ୍ତ ପାରିଶ୍ରମିକ ପାଉନାହାଁନ୍ତି ଏବଂ ଦଲାଲ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ମିଶି ମାଲାମାଲ ହେଉଛନ୍ତି ବୋଲି ଅଂଚଳବାସୀ ଅଭିଯୋଗ କରିଛନ୍ତି । ଫଳରେ ଯୁବତୀଯୁବକମାନେ ପରିବାର ଭରଣପୋଷଣ ପାଇଁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯିବାକୁ ବାଧ୍ୟ ହେଉଛନ୍ତି ଏବଂ ଶାରିରୀକ ଓ ମାନସିକ ନିର୍ଯାତନାର ଶିକାର ହେଉଛନ୍ତି ବୋଲି ରାୟଗଡ଼ା ବିଧାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?