ବାଇକ ଦୁର୍ଘଟଣାରେ ଯୁବକ ମୃତ, କାରଣ ଅସ୍ପଷ୍ଟ

କୋକସରା,୨୦।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଧାନ ମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଲଡୁଗାଁ ଗ୍ରାମର ନିରୋଜ ଦାସଙ୍କ ପୁଅ ମନୋରଞ୍ଜନ ଦାସ (୩୨) ବୋଲି ଜଣାପଡିଛି।

ଖବର ପାଇ ଘଟଣାସ୍ଥଳରେ ଆମପାଣି ପୁଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକ କେମିତି ଦୁର୍ଘଟଣା ହେଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି। ନିକଟରେ ଧାନ ମଣ୍ଡି ଥିବା ସତ୍ତ୍ୱେ ମଧ୍ୟ କୌଣସି ସଠିକ ସୂଚନା ମିଳିପାରି ପାରିନାହିଁ। ଯୁବକ ଲଡୁଗାଁରୁ କୋକସରା ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା।

ଘଟଣାସ୍ଥଳରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ସମେତ ମୃତ ଯୁବକଙ୍କ ପରିଜନ ପହଞ୍ଚିଥିଲେ।ପରେ ଆମପାଣି ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ସୂଚନା ମିଳିଛି। ଯୁବକଙ୍କ ଅକାଳ ବିୟୋଗରେ ପରିବାର ଦୁଖଃରେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇନା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri