ବାଇକ୍‌ରେ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ସାଗରଙ୍କ ଜୀବନ, ଉତ୍ତେଜନା ପରେ…

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ରାଇପଲ୍ଲୀ ଗ୍ରାମର ସାଗର ଗୌଡ ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟା ସମୟରେ ସାଗର ଓ ତାଙ୍କ ସାଙ୍ଗ ସନ୍ତୋଷ ଭଞ୍ଜନଗରରୁ ବାଇକ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ସାହାଣପଲ୍ଲୀ ଛକ ନିକଟରେ କୌଣସି କାରଣବଶତଃ ତାଙ୍କ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ଭଞ୍ଜନଗର ମେଡିକାଲକୁ ପଠାଇଥିଲେ।

ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସାଗରଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ସାଗରଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଦର୍ଶାଇ ମୃତକଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହାଲ୍ଲା କରିଥିଲେ। ଖବର ପାଇ ଭଞ୍ଜନଗର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଅନ୍ୟପଟେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ସନ୍ତୋଷଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସାଗର ଓ ସନ୍ତୋଷ ନିଜ ଗ୍ରାମକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ମେଡିକାଲରେ କିଛି ସମୟ ପାଇଁ ଚାପା ଉତ୍ତେଜନା ରହିଥିଲେ ହେଁ ପୋଲିସର ହସ୍ତକ୍ଷେପ ପରେ ଏବେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?