ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜୀବନ

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ପୁରୁଣାକଟକ ନିକଟସ୍ଥ ଭୈରବୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଥିବା ଜଣାପଡିଛି। ମୃତକ ହେଲେ ବୌଦ୍ଧ ସହର ପୋଡାପୋଡର କୌଶିକ ହୋତା (୧୯)।

ମିଳିଥିବା ସୂଚନା ମୁତାବକ, ପୋଡାପୋଡର କୌଶିକ ଏବଂ ଭଦ୍ରକ ଜିଲା ଡିହାନଗାଡିଆର ହିମାଂଶୁ ବେହେରା(୧୯) ଏକ ବାଇକ୍‌ ଯୋଗେ ବୌଦ୍ଧରୁ ଚାରିଛକ ଯାଉଥିଲେ। ହେଲେ ପୁରୁଣାକଟକ ନିକଟସ୍ଥ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ ଏକ ଗଛରେ ଧକ୍କା ହେବାରୁ ୨ଜଣ ଛିଟିକି ପଡି ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ପ୍ରଥମେ ପୁରୁଣାକଟକ ମେଡିକାଲକୁ ନେଇଥିଲେ। ଗୁରୁତର ଥିବାରୁ ଉଭୟଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲ। ବୌଦ୍ଧ ମେଡିକାଲରେ ଡାକ୍ତର କୌଶିକଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ହିମାଂଶୁଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁରୁଣାକଟକ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri