କାର ଦୁର୍ଘଟଣାରେ ଯୁବକ ମୃତ

କୋକସରା,୧୧।୧୨(ଡି.ଏନ.ଏ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ସିଉନି ଗାଁ ସ୍କୁଲ ବୁଲାଣି ରାସ୍ତାରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାରରେ ଥିବା ୩ ଜଣ ଯୁବକଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ କୋକସରା ବ୍ଲକ ସାନ ପୋଡାଗୁଡା ଗାଁର ହୃଦାନନ୍ଦ ଝାଙ୍କରଙ୍କ ପୁଅ ଅଚ୍ୟୁତାନନ୍ଦ ଝାଙ୍କର(୧୭)। ସେ ମାଲକାନଗିରିରେ ରହୁଥିବା ତାଙ୍କ ସମ୍ପର୍କୀୟ ଭାଇ ଦୁଷ୍ମନ୍ତ ନାଏକ(୨୫) ଓ ଅନ୍ୟ ଜଣେ ଯୁବକ ବାଲ୍ମୀକି ମହାରଣା (୨୫)ଙ୍କ ସହ ଟିଟିଲାଗଡ଼ରୁ ମାଲକାନଗିରି ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀମାନେ ଗୁରୁତର ୨ ଯୁବକଙ୍କୁ ଉଦ୍ଧାର କରିଥିଲେ। ଏନେଇ ଖବର ପାଇ ଆମପାଣି ପୋଲିସ କର୍ମଚାରୀ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଆମପାଣି ଥାନା କେଶ ନମ୍ବର ୧୨୫/୨୨ରେ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁକରି ତଦନ୍ତ ଜାରି ରହିଥିବା ନେଇ ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri