ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ମେଣ୍ଡାମାଳ ଗାଁର ଲବ ସେଠୀଙ୍କ ପୁଅ ସୁରେନ ସେଠୀ ବସ୍ତାରେ ଧାନ ଭରିବାକୁ ଯାଉଥିଲେ। ଅପର ପଟରୁ ଏକ ଅଜଣା ବୋଲେରୋ ସୁରେନକୁ ଧକ୍କା ଦେଇ ଫେରାର ମାରିଥିଲା। ଖବର ପାଇ ପରିବାର ଲୋକେ ସୁରେନଙ୍କୁ ଗୁରୁତର ଅବସ୍ଥାରେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୁବର୍ଣ୍ଣପୁର ଜିଲା ସଦରମହକୁମାକୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ସୁରେନଙ୍କ ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ସୁରେନଙ୍କୁ ୩୪ ବର୍ଷ ହୋଇଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ସୋନପୁରରୁ ଶୁକ୍ରବାର ପ୍ରାୟ ଦିନ ଗୋଟାଏରେ ବୀରମହାରାଜପୁରକୁ ମୃତଦେହ ପହଞ୍ଚିବାପରେ ବୀରମହାରାଜପୁର ମୁଖ୍ୟ ଛକଠାରେ ମୃତଦେହ ରଖି ସୁରେନ ପରିବାରକୁ ଉଚିତ କ୍ଷତିପୂରଣ ଦାବି କରି ଶତାଧିକ ଲୋକ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପଟେ ଅନେକ ଗାଡ଼ି ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। ଖବର ପାଇ ବୀରମହାରାଜପୁର ଥାନା ଅଧିକାରୀ ସାରଙ୍ଗ ଧର ପାଣିଗ୍ରାହୀ, ତହସିଲଦାର ସୁଚିସ୍ମୀତା ପାଣିଗ୍ରାହୀ, ପୋଲିସ ଏସ ଆଇ ସୀତା ସେଠୀ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଆନ୍ଦୋଳନ କାରିଗରୀଙ୍କ ସହିତ ଆଲୋଚନା କରି ମୃତକଙ୍କ ପରିବାରକୁ ୧୫ ହଜାର ନଗଦ ଟଙ୍କା ଦେବା ସହିତ ଶନିବାର ସା ପର୍ଯ୍ୟନ୍ତ ଦୁର୍ଘଟଣା ଘଟାଇଥିବା ଗାଡ଼ି ନମ୍ବର ଜଣାପଡ଼ିବ ଓ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ସୁରେନ ଜଣେ ଦିନ ମଜୁରୀଆ ଭାବରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିଲେ। ସେ ତାଙ୍କ ପଛରେ ବୃଦ୍ଧ ମାଆବାପା, ସ୍ତ୍ରୀ ରିତା, ଦୁଇ ପୁଅ, ଦୁଇଭାଇ ବିରେନ ଓ କିରଣଙ୍କୁ ପଛରେ ଛାଡି ଯାଇଛନ୍ତି। ଏଣୁ ଉଚିତ କ୍ଷତିପୂରଣ ଦାବିରେ ଅଟଳ ରହିଛନ୍ତି ଆନ୍ଦୋଳନ ଜାରି। ଆଜିର ଆନ୍ଦୋଳନରେ ଜିଲା ପରିଷଦ ସଦସ୍ୟ ଲବ କୁମାର ସାହୁ, କଂଗ୍ରେସ ଯୁବ ନେତା ପ୍ରୀୟବ୍ରତ ସାହୁ, ସାମନ୍ତ ପାତ୍ର, କଂଗ୍ରେସ ଯୁବ ନେତା ସୁରେଶ ପଣ୍ଡାଙ୍କ ସମେତ ମେଣ୍ଡାମାଳ ଗ୍ରାମବାସୀ ଓ ଅନ୍ୟ ମାନେ ସାମିଲ ହୋଇଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri