ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ମେଣ୍ଡାମାଳ ଗାଁର ଲବ ସେଠୀଙ୍କ ପୁଅ ସୁରେନ ସେଠୀ ବସ୍ତାରେ ଧାନ ଭରିବାକୁ ଯାଉଥିଲେ। ଅପର ପଟରୁ ଏକ ଅଜଣା ବୋଲେରୋ ସୁରେନକୁ ଧକ୍କା ଦେଇ ଫେରାର ମାରିଥିଲା। ଖବର ପାଇ ପରିବାର ଲୋକେ ସୁରେନଙ୍କୁ ଗୁରୁତର ଅବସ୍ଥାରେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୁବର୍ଣ୍ଣପୁର ଜିଲା ସଦରମହକୁମାକୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ସୁରେନଙ୍କ ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ସୁରେନଙ୍କୁ ୩୪ ବର୍ଷ ହୋଇଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ସୋନପୁରରୁ ଶୁକ୍ରବାର ପ୍ରାୟ ଦିନ ଗୋଟାଏରେ ବୀରମହାରାଜପୁରକୁ ମୃତଦେହ ପହଞ୍ଚିବାପରେ ବୀରମହାରାଜପୁର ମୁଖ୍ୟ ଛକଠାରେ ମୃତଦେହ ରଖି ସୁରେନ ପରିବାରକୁ ଉଚିତ କ୍ଷତିପୂରଣ ଦାବି କରି ଶତାଧିକ ଲୋକ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପଟେ ଅନେକ ଗାଡ଼ି ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। ଖବର ପାଇ ବୀରମହାରାଜପୁର ଥାନା ଅଧିକାରୀ ସାରଙ୍ଗ ଧର ପାଣିଗ୍ରାହୀ, ତହସିଲଦାର ସୁଚିସ୍ମୀତା ପାଣିଗ୍ରାହୀ, ପୋଲିସ ଏସ ଆଇ ସୀତା ସେଠୀ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଆନ୍ଦୋଳନ କାରିଗରୀଙ୍କ ସହିତ ଆଲୋଚନା କରି ମୃତକଙ୍କ ପରିବାରକୁ ୧୫ ହଜାର ନଗଦ ଟଙ୍କା ଦେବା ସହିତ ଶନିବାର ସା ପର୍ଯ୍ୟନ୍ତ ଦୁର୍ଘଟଣା ଘଟାଇଥିବା ଗାଡ଼ି ନମ୍ବର ଜଣାପଡ଼ିବ ଓ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ସୁରେନ ଜଣେ ଦିନ ମଜୁରୀଆ ଭାବରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିଲେ। ସେ ତାଙ୍କ ପଛରେ ବୃଦ୍ଧ ମାଆବାପା, ସ୍ତ୍ରୀ ରିତା, ଦୁଇ ପୁଅ, ଦୁଇଭାଇ ବିରେନ ଓ କିରଣଙ୍କୁ ପଛରେ ଛାଡି ଯାଇଛନ୍ତି। ଏଣୁ ଉଚିତ କ୍ଷତିପୂରଣ ଦାବିରେ ଅଟଳ ରହିଛନ୍ତି ଆନ୍ଦୋଳନ ଜାରି। ଆଜିର ଆନ୍ଦୋଳନରେ ଜିଲା ପରିଷଦ ସଦସ୍ୟ ଲବ କୁମାର ସାହୁ, କଂଗ୍ରେସ ଯୁବ ନେତା ପ୍ରୀୟବ୍ରତ ସାହୁ, ସାମନ୍ତ ପାତ୍ର, କଂଗ୍ରେସ ଯୁବ ନେତା ସୁରେଶ ପଣ୍ଡାଙ୍କ ସମେତ ମେଣ୍ଡାମାଳ ଗ୍ରାମବାସୀ ଓ ଅନ୍ୟ ମାନେ ସାମିଲ ହୋଇଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri