ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ ଗଦଗୁଡ଼ା ଗ୍ରାମ ତଳସାହିର ସୁଭଦେବ ପ୍ରଧାନ(୩୫) ପରିବାର ପ୍ରତିପୋଷଣ ପାଇଁ କେରଳ ରାଜ୍ୟ ଏର୍ଣ୍ଣାକୁଲମ ଜିଲା ଆର୍କାପଡ଼ି ଅଞ୍ଚଳରେ ଠାରେ ଥିବା ଏକ ଘରୋଇ କାମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଗତ ୯ ତାରିଖ ରବିବାର ତଳେ ପଡ଼ି ମୁଣ୍ଡରେ ଆଘାତ ଲାଗିଥିଲା । ଗାଁ ଲୋକମାନେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ । ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ । ଏହି ଖବରପାଇ ପରିବାର ତଥା ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ମୃତ ସୁଭଦେବଙ୍କ ମରଶରୀରକୁ ନିଜ ଗ୍ରାମ ଗଦଗୁଡ଼ାକୁ ଆଣିବା ପାଇଁ ପରିବାର ତରଫରୁ ସ୍ବାକ ସଂଗଠନ ସହାୟତାରେ ସୋମବାର କନ୍ଧମାଳ ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କୁ ଭେଟି ମୃତ ସୁଭଦେବଙ୍କ ମରଶରୀରକୁ ନିଜ ଗ୍ରାମକୁ ଆଣିବା ସହ ଶବ ସତ୍କାର ସହାୟତା ନିମନ୍ତେ ଏକ ଲିଖିତ ଅନୁରୋଧ ପତ୍ର ପ୍ରଦାନ କରିଥିବା ସୂଚନା ମିଳିଛି । ଜିଲାପାଳ ତୁରନ୍ତ ପଦକ୍ଷେପ ନେଇ ଜିଲା ରେଡକ୍ରସର ଜରୁରୀକାଳୀନ ପାଣ୍ଠିରୁ ଆର୍ଥିକ ସହାୟତା ମଞ୍ଜୁର କରାଯିବ ବୋଲି ସୁଚନା ମିଳିଛି ।କେରଳରେ ଶବ ବ୍ୟବଚ୍ଛେଦ ପରେ ବିମାନ ଯୋଗେ ଭୁବନେଶର ଆଣିବା ପରେ ନିଜ ଗାଁକୁ ଅଣାଯାଇ ସତ୍କାର କରାଯିବ । ଏହି ଘଟଣା ପୁଣିଥରେ କନ୍ଧମାଳ ଜିଲାକୁ ଦାଦନ ଜିଲା ଭାବେ ପରିଚୟ ଦେଇଥିବା ଆଲୋଚନା ହେଉଛି ।କନ୍ଧମାଳ ଜିଲାରୁ ପରିବାର ପ୍ରତିପୋଷଣ ନିମନ୍ତେ ଅନ୍ୟ ଜିଲା ଓ ରାଜ୍ୟ ଉପରେ ନିର୍ଭର କରି ଜୀବିକା ଅନେୱଷଣରେ ଯାଉଥିବା ଦାଦନ ଶ୍ରମିକଙ୍କ କରୁଣ ଚିତ୍ର ସାମ୍ନାକୁ ଆସିଛି। ବିଗତ ୧୫ ଦିନ ମଧ୍ୟରେ କନ୍ଧମାଳ ଜିଲାର ୬ ଜଣ ଦାଦନ ଶ୍ରମିକ ବିଭିନ୍ନ ସ୍ଥାନରେ ମୃତ୍ୟୁ ବରଣ କରିଛନ୍ତି। ନିରୀହ ଶ୍ରମିକଙ୍କ ମୃତ୍ୟୁ ରୋକିବା ପାଇଁ ଜିଲାରେ ଦୀର୍ଘମିଆଦି ରୋଜଗାର ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?