ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ ଜଣେ ଯୁବକଙ୍କୁ ଥାନାକୁ ଆଣିଥିଲା। ହେଲେ ହାଜତରେ ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ଅଣା ଯାଇଥିଲା। ସେଠାରେ ଯୁବକଙ୍କ ମୃତ୍ୟୁ ଘଟିଛି।
ପୋଲିସ ବାଡ଼େଇ ବାଡ଼େଇ ମାରି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ପରିବାର ଲୋକଙ୍କ ଅଭିଯୋଗକୁ ନେଇ ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।