ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ ହାଇୱା ଦୃତ ଗତିରେ ଆସି ବାଇକକୁ ଧକ୍କା ଦେଇଥିଲା । ବାଇକ ଚାଳକଙ୍କ ଉପରେ ଚଢ଼ିଯାଇ ଫେରାର ହୋଇଯାଇଥିଲା ହାଇଓ୍ବା । ଘଟଣାସ୍ଥଳରେ ହିଁ ଯୁବକଙ୍କର ମୃତ୍ୟୁ ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା ।

ସୂଚନାଥାଉକି, ହାଇଓ୍ବା ଡ୍ରାଇଭରଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ଅନେକ ଧନଜୀବନ ନଷ୍ଟ ହେଉଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ କଟକ ଜିଲା ଅତିରିକ୍ତ ଏସପିଓଡି ଏସପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରିଥିଲେ । ଅନ୍ୟପଟେ ଏକ ମାତ୍ର ପୁଅକୁ ହରାଇ ପରିବାର ଲୋକଙ୍କ ମେରୁଦଣ୍ଡ ଭାଙ୍ଗି ପଡ଼ିଛି । ଆଜି ମୃତ ଯୁବକ ଟଙ୍କଧର ଜେନାଙ୍କ ମୃତ ଶରୀର ଗାଁରେ ପହଞ୍ଚିବା ପରେ ପରିବାର ଓ ଗାଁ ଲୋକଙ୍କ କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟି ପଡୁଥିଲା ।

କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରାଯାଇଥିବା ବେଳେ ପୋଲିସ ବୁଝାସୁଝା କରିବା ପରେ ଅବରୋଧ ହଟିଥିଲା । ଗାଡି ଚାଳକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ମୃତ ପରିବାରକୁ କ୍ଷତି ପୂରଣ ଦାବି କରିଥିଲେ ଗ୍ରାମବାସୀ । ରାସ୍ତା ଉପରୁ ପୋଲିସ ୩ଟି ହାଇୱା ଗାଡି ଜବତ କରି ଥାନାରେ ଅଟକ ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri