ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ  ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି । ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ଗାଁ ର ପାର୍ଥ ଜାନି(୧୯)।

ଦିଗପହଣ୍ଡି – ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ରାଜନାପଲ୍ଲୀ ଗାଁ  ନିକଟ ମୁଖ୍ୟରାସ୍ତାରେ ଶନିବାର ବିଳମ୍ବିତ ରାତିରେ କୌଣସି ଏକ ଗାଡ଼ି ଧକ୍କାରେ ପାର୍ଥ  ମୃତ୍ୟୁବରଣ କରିଥିଲେ । ଦୁର୍ଘଟଣା ଘଟାଇଥିବା ଗାଡ଼ି ଘଟଣାସ୍ଥଳରୁ ଚମ୍ପଟ ମାରିଛି। ଏନେଇ ପାର୍ଥଙ୍କ ବାପା ରାମ ଜାନି ଏତଲା ଦେବାପରେ ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୨୨୮/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ । ଫାଣ୍ଡି ଏଏସଆଇ ପି.କେ. ବାଲିକାନା ବିଭିନ୍ନ ଗାଁର କିଛି ବ୍ୟକ୍ତିଙ୍କ ଘରେ ଓ ଦୋକାନ ମାନଙ୍କରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରି  ଦୁର୍ଘଟଣାର ତଦନ୍ତ ଚଳାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ…

କ୍ରିକେଟରୁ ଅଚାନକ ସନ୍ନ୍ୟାସ ନେଇ ଚମକାଇଦେଲେ ଏହି ଖେଳାଳି, ୧୧ ବର୍ଷର କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡ କ୍ରିକେଟ ଦଳର ସୁପରଷ୍ଟାର ବ୍ୟାଟର୍ସଙ୍କ କଥା ଉଠିଲେ ସର୍ବପ୍ରଥମେ ଜୋ ରୁଟ୍‌ଙ୍କ ନାମ ଆସିଥାଏ। ଜୋ ରୁଟ୍‌ଙ୍କ ସାନ ଭାଇ ବିଲି ରୁଟ୍‌ ମଧ୍ୟ…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…

ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ

ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?