ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ ସମ୍ମୁଖରେ ଏକ ଦୁର୍ଘଟଣା ହୋଇଛି । ସୋମବାର ସ୍କୁଲ ଛୁଟି ହେବା ପରେ ଭ୍ୟାନଟି ସ୍କୁଲରୁ ପିଲାଙ୍କୁ ନେଇ ମୁଖ୍ୟ ରାସ୍ତାକୁ ଆସୁଥିବା ବେଳେ କୋକୋଡମାଲ ଗ୍ରାମରୁ ଉତ୍କେଲା ଅଭିମୁଖେ ଯାଉଥିବା ଏକ ବାଇକ୍ ସହିତ ଜୋରଦାର ଧକ୍କା ହୋଇଥିଲା ।

ବାଇକରେ ଯାଉଥିବା କୋକୋଡମାଲ୍ (କନ୍ଧେଇମାଲ୍)ଗ୍ରାମର ଯୁବକ ଆକାଶ ଜାଲ (୧୪)ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଥିବା ଯୁବକଟି ପଙ୍କଜ ଜାଲ (୨୩ ) ବୋଲି ଜଣାପଡ଼ିଛି । ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ ଘଟଣା ସ୍ଥଳରେ ଆକାଶଙ୍କ ମୃତ୍ୟୁ ହୋଇଥିବା ବେଳେ ପଙ୍କଜ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ବିଷୟରେ ଜାଣିପାରି ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ । କିନ୍ତୁ ଡାକ୍ତର ଆକାଶଙ୍କୁ ମୃତ ଘୋଷଣା କରିଥିବା ବେଳେ ଗୁରୁତର ଥିବା ପଙ୍କଜଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିବା ସୂଚନା ମିଳିଛି ।

ଅନ୍ୟପଟେ ସ୍କୁଲ ଭ୍ୟାନରେ ପ୍ରାୟ ୩୦ ଜଣ ଛୋଟ ଛୁଆ ବସିଥିବାବେଳେ ଏତେବଡ଼ ଦୁର୍ଘଟଣା ପରେ ମଧ୍ୟ ସୌଭାଗ୍ୟବଶତଃ ୩୦ ଜଣ ସ୍କୁଲ ପିଲା କିଛି ବି କାହାର ହୋଇ ନ ଥିବା ଜଣାପଡିଛି। ବାଇକ୍ ଯୋଗେ ଆସୁଥିବା ଦୁଇ ଜଣ ଯୁବକମାନେ ଗୋଟିଏ ପରିବାରର ଦୁଇ ଭାଇ ବୋଲି ଜଣାପଡ଼ିଛି । ଦୁର୍ଘଟଣା ଘଟାଇଥିବା ସ୍କୁଲ ଭ୍ୟାନ ଡ୍ରାଇଭରଟି ଫେରାର ମାରିଥିବାବେଳେ ଦୁର୍ଘଟଣାସ୍ଥଳର ମେର୍ଶି ସ୍କୁଲରେ କୋକୋଡମାଲ୍ ଗ୍ରାମବାସୀ କ୍ଷତିପୂରଣ ଦାବିରେ ଚାପା ଉତ୍ତେଜନା ଜାରି ରଖିଛନ୍ତି । ବର୍ତ୍ତମାନ ଦୁର୍ଘଟଣାସ୍ଥଳରେ କେସିଙ୍ଗା ପୋଲିସ ଏବଂ ଭବାନୀପାଟଣା ପୋଲିସ ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି । ଏ ସଂକ୍ରାନ୍ତରେ ଉତକେଲା ଫାଣ୍ଡି ଅଧିକାରୀ ଶତପଥୀ ବାବୁଙ୍କ ପଚାରିବାରୁ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ । ମୃତ ଯୁବକଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri