ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….

ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮) । ଏପରି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ଥାନା ଅଞ୍ଚଳରେ । ଶନିବାର ରାତ୍ର ପ୍ରାୟ ୯. ୩0ରେ ଏକ ବାଇକ ଯୋଗେ ସାଗର ଛତ୍ରପୁରରୁ ତାଙ୍କ ଗାଁ ( ଗଙ୍ଗା ପୁର-୨) ଅଭିମୁଖେ ଯାଉଥିବା ବେଳେ ହଂସପୁର ବାଲି ରେମ୍ପ ରାସ୍ତାରେ ଏକ ଅଜଣା ଗାଡି ଧକ୍କା ଦେଇ କୁଆଡେ ଚାଲି ଯାଇଥିଲା । ଯାହାଫଳରେ ସାଗର ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ବେଳେ ପରିବାର ଲୋକ ଏବଂ ସ୍ଥାନୀୟ ବାସିନ୍ଦାମାନେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।

ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହାର ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଗ୍ରାମ ଶ୍ମଶାନରେ ଉପସ୍ଥିତ ରହି ଶୋକସନ୍ତପ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ରଲିଫ ପାଣ୍ଠିରୁ ସହାୟତା ଯୋଗାଇଥିଲେ । ଅନ୍ୟପଟେ ସାଗର ନାହାକଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri