ବସ୍‌କୁ ଚଢ଼ିବା ସମୟରେ ଖସିପଡ଼ିଲେ ଯୁବକ

ହିଞ୍ଜିଳିକାଟୁ,୨୬ା୩(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବସ୍‌ଷ୍ଟାଣ୍ଡ ପରିସରରେ ବସ୍‌ ଚାଳକମାନଙ୍କ ମନଇଛା ଗାଡ଼ି ରଖିବା ଓ ଯାତ୍ରୀ ଉଠାଇବା ପ୍ରତିଯୋଗିତା କାରଣରୁ ବୁଧବାର ଗୋଡ଼ ଉପରେ ବସ୍‌ଚକା ମାଡ଼ି ଯିବାରୁ ଜଣେ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ ବସ୍‌ ଚାଳକ ଓ କର୍ମଚାରୀମାନଙ୍କୁ ନିୟନ୍ତ୍ରିତ କରିବା ନେଇ ପୋଲିସର ବିଫଳତାରୁ ଜନ ଅସନ୍ତୋଷ ପ୍ରକାଶ ପାଇଛି। ବୁଧବାର ଏହି ଘଟଣା ପରେ ବସ୍‌ଷ୍ଟାଣ୍ଡ ପରିସରରେ ଅସନ୍ତୋଷ ଲୋକମାନଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି।

ପ୍ରକାଶ ଯେ, ଧରାକୋଟ ଥାନା ଜଗନ୍ନାଥପୁର ଶାସନ ଗ୍ରାମର ସୂର୍ଯ୍ୟ ନାରାୟଣ ମୁନି ଏକ ଘରୋଇ ବସ୍‌ରେ (ଓଡି୩୨ଇ ୩୧୫୫) ଉଠୁଥିବା ବେଳେ ଅନ୍ୟ ଏକ ବସ୍‌ ପଛପଟୁ ଆସୁଥିବା ଦେଖି ପ୍ରଥମ ବସ୍‌ ଚାଳକ ଗାଡ଼ିକୁ ଆଗକୁ ନେଇଯାଇଥିଲେ। ଫଳରେ ଭାରସାମ୍ୟ ହରାଇ ସୂର୍ଯ୍ୟ ନାରାୟଣ ତଳେ ପଡି ଯାଇଥିଲେ। ତାଙ୍କର ଗୋଡ଼ ଉପରେ ବସରେ ପଛ ଚକ ବଢ଼ିଯାଇଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣାଗ୍ରସ୍ତ ଯାତ୍ରୀବାହୀ ବସକୁ ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି। ଅନ୍ୟ ପକ୍ଷରେ କିଛି ଘରୋଇ ବସ ହିଞ୍ଜିଳିକାଟୁ ବସଷ୍ଟାଣ୍ଡ ଉପରୁ ଗାଡ଼ିକୁ ନେଇ ନିକଟସ୍ଥ ଜାତୀୟ ରାଜପଥ- ୫୯ ଉପରେ ରାସ୍ତା ଅବରୋଧ ଦୀର୍ଘ ସମୟଧରି ଠିଆ କରାଉଛନ୍ତି। ଉକ୍ତ ରାସ୍ତାରେ ହୋଟେଲ ଓ ଅନ୍ୟାନ୍ୟ ବ୍ୟବସାୟ ପ୍ରତିଷ୍ଠାନ କାରଣରୁ ଜନଗହଳି ଲାଗିରହୁଛି। ଯାତ୍ରୀ ଉଠାଇବା ପ୍ରତିଯୋଗିତା ଓ ପଛ ଗାଡ଼ିକୁ ଆଗକୁ ନ ଯିବାକୁ ରାସ୍ତା ଅବରୋଧ କାରଣରୁ ବହୁ ସମୟରେ ସମସ୍ୟା ସୃଷ୍ଟି ହେବା ସହ ଦୁର୍ଘଟଣା ଘଟୁଛି। ଅନ୍ୟପକ୍ଷରେ ଗାଡ଼ି ଚାଳକ ଓ କର୍ମଚାରୀଙ୍କୁ ନିୟନ୍ତ୍ରିତ କରିବା ପାଇଁ ପୋଲିସ ନୀରବ ରହୁଛି। ଜନ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ ପୋଲିସର ଟ୍ରାଫିକ ସୁଧାରିବାରେ ସକ୍ଷମ ହେଉନାହିଁ। ଗତ କିଛିଦିନ ଧରି ହିଞ୍ଜିଳିକାଟୁ ବସଷ୍ଟାଣ୍ଡ ପରିସରରେ କିଛି ବସ ଚାଳକ ଓ କର୍ମଚାରୀଙ୍କ ମନମୁଖୀ ନେଇ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ମଧ୍ୟ ଲୋକମାନେ ଅସନ୍ତୋଷ ପ୍ରକାଶ ପାଇଛି। ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ହସ୍ତକ୍ଷେପ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri