ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର ସୁନୀଲ ସ୍ବାଇଁଙ୍କୁ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୨୬/୨୬ ଭାରତୀୟ ନ୍ୟାୟ ସଂହିତା ର ଧାରା -୨୯୬/୩୫୧(୨)/୧୦୯/୧୧୫(୨) ସମେତ ମାରଣାସ୍ତ୍ର ଆଇନର ଧାରା – ୨୫(୧)(କ)/୨୭ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିଗପହଣ୍ଡିର ପ୍ରଦୀପ କୁମାର ଗୌଡ଼ ପୁଞ୍ଜିକଂୟା ସ୍ଥିତ ଏକ ଦୋକାନରେ କାମ କରନ୍ତି। ପ୍ରଦୀପଙ୍କ ସୁପାରିଶରେ କାଳିଆ କିଛିଦିନ ପୂର୍ବେ ଘରକାମ ପାଇଁ ପ୍ଲାଏ ଓ କଲର ପେଇଣ୍ଟ ଦୋକାନରୁ ନେଇଥିଲେ। ବକେୟା ବାବଦକୁ ୮ ହଜାର ଟଙ୍କା ପରିଶୋଧ କରି ନ ଥିଲେ। ସୋମବାର ସା ପ୍ରାୟ ୭ ଟାରେ ପ୍ରଦୀପ କାଳିଆଙ୍କୁ ବକେୟା ଟଙ୍କା ପରିଶୋଧ ପାଇଁ କହିବାରୁ ଉଭୟଙ୍କ ମଧ୍ୟରେ ବଚସା ହେବାସହ ଧସ୍ତାଧସ୍ତି ହୋଇଥିଲା। କାଳିଆଙ୍କ ଭାଇ ବଳିଆ ଓ ତାଙ୍କ ସହଯୋଗୀ ସୁନୀଲ ଏକ ସ୍କୁଟିରେ ସେଠାକୁ ଆସି ପ୍ରଦୀପ ଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ବଳିଆ ଧରିଥିବା ଏକ ଖଣ୍ଡାରେ ତାଙ୍କୁ ହାଣିବା ପାଇଁ ଉଦ୍ୟମ କରିବା ବେଳେ ସେଠାରେ ଉପସ୍ଥିତ ଥିବା କେଶବ ଗୌଡଙ୍କୁ ବାଜିଥିଲା। ଲୋକ ଗହଳି ହୋଇଯିବାରୁ ସେମାନେ ସେଠାରୁ ପଳାଇଥିଲେ। ଅଭିଯୁକ୍ତମାନେ ସେଠାରୁ ଗଲା ବେଳେ ପ୍ରଦୀପଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ପ୍ରଦୀପ ଥାନାରେ ଏତଲା ଦେବାପରେ ପୋଲିସ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଥାନାକୁ ଉଠାଇ ନେଇଥିଲେ। ତଦନ୍ତକାରୀ ଅଧିକାରୀ ଏସଆଇ ରାଜ କିଶୋର ପାତ୍ର ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ସେମାନଙ୍କ ନିକଟରୁ ଏକ ଖଣ୍ଡା ଜବତ କରାଯାଇଛି।କାଳିଆ ଏବଂ ବଳିଆ ଦୁଇ ଭାଇ ଙ୍କ ନାଁ ରେ ପୂର୍ବରୁ ଦିଗପହଣ୍ଡି ଥାନାରେ ବୋମାମାଡ଼,ଡକାୟତି ଭଳି ଏକାଧିକ ସଙ୍ଗୀନ ମାମଲା ରହିଥିବା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri