ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର ସୁନୀଲ ସ୍ବାଇଁଙ୍କୁ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛଛି। ମାମଲା ନଂ.୧୨୬/୨୬ ଭାରତୀୟ ନ୍ୟାୟ ସଂହିତା ର ଧାରା -୨୯୬/୩୫୧(୨)/୧୦୯/୧୧୫(୨) ସମେତ ମାରଣାସ୍ତ୍ର ଆଇନର ଧାରା – ୨୫(୧)(କ)/୨୭ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିଗପହଣ୍ଡିର ପ୍ରଦୀପ କୁମାର ଗୌଡ଼ ପୁଞ୍ଜିକଂୟା ସ୍ଥିତ ଏକ ଦୋକାନରେ କାମ କରନ୍ତି। ପ୍ରଦୀପଙ୍କ ସୁପାରିଶରେ କାଳିଆ କିଛିଦିନ ପୂର୍ବେ ଘରକାମ ପାଇଁ ପ୍ଲାଏ ଓ କଲର ପେଇଣ୍ଟ ଦୋକାନରୁ ନେଇଥିଲେ। ବକେୟା ବାବଦକୁ ୮ ହଜାର ଟଙ୍କା ପରିଶୋଧ କରି ନ ଥିଲେ। ସୋମବାର ସା ପ୍ରାୟ ୭ ଟାରେ ପ୍ରଦୀପ କାଳିଆଙ୍କୁ ବକେୟା ଟଙ୍କା ପରିଶୋଧ ପାଇଁ କହିବାରୁ ଉଭୟଙ୍କ ମଧ୍ୟରେ ବଚସା ହେବାସହ ଧସ୍ତାଧସ୍ତି ହୋଇଥିଲା। କାଳିଆଙ୍କ ଭାଇ ବଳିଆ ଓ ତାଙ୍କ ସହଯୋଗୀ ସୁନୀଲ ଏକ ସ୍କୁଟିରେ ସେଠାକୁ ଆସି ପ୍ରଦୀପ ଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ବଳିଆ ଧରିଥିବା ଏକ ଖଣ୍ଡାରେ ତାଙ୍କୁ ହାଣିବା ପାଇଁ ଉଦ୍ୟମ କରିବା ବେଳେ ସେଠାରେ ଉପସ୍ଥିତ ଥିବା କେଶବ ଗୌଡଙ୍କୁ ବାଜିଥିଲା। ଲୋକ ଗହଳି ହୋଇଯିବାରୁ ସେମାନେ ସେଠାରୁ ପଳାଇଥିଲେ। ଅଭିଯୁକ୍ତମାନେ ସେଠାରୁ ଗଲା ବେଳେ ପ୍ରଦୀପଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ପ୍ରଦୀପ ଥାନାରେ ଏତଲା ଦେବାପରେ ପୋଲିସ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଥାନାକୁ ଉଠାଇ ନେଇଥିଲେ। ତଦନ୍ତକାରୀ ଅଧିକାରୀ ଏସଆଇ ରାଜ କିଶୋର ପାତ୍ର ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ସେମାନଙ୍କ ନିକଟରୁ ଏକ ଖଣ୍ଡା ଜବତ କରାଯାଇଛି।କାଳିଆ ଏବଂ ବଳିଆ ଦୁଇ ଭାଇ ଙ୍କ ନାଁ ରେ ପୂର୍ବରୁ ଦିଗପହଣ୍ଡି ଥାନାରେ ବୋମାମାଡ଼,ଡକାୟତି ଭଳି ଏକାଧିକ ସଙ୍ଗୀନ ମାମଲା ରହିଥିବା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?