ଭୋଜି କରିବାକୁ ଆସି ଜଳପ୍ରପାତରେ ଭାସିଗଲେ ଯୁବକ

ବଣାଇଁ,୭ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ବାଦଲଗିରି ଜଳପ୍ରପାତକୁ ଭୋଜି କରିବାକୁ ଆସିଥିବା ୧୩ ଜଣ ଯୁବକଙ୍କ ମଧ୍ୟରୁ ଗାଧୋଇବା ବେଳେ ଜଣେ ନିଖୋଜ ହୋଇଯାଇଥିବା ଘଟଣା ପ୍ରଚାରିତ ହେବା ପରେ ଏକ ଭିନ୍ନ ଧରଣର ଆଶଙ୍କା ସୃଷ୍ଟି ହୋଇଛି।

ରାଜଗାଙ୍ଗପୁରରୁ ରବିବାର ବାଦଲଗିରିକୁ ସମୁଦାୟ ୧୩ ଜଣ ଯୁବକ ବଣଭୋଜି ପାଇଁ ଆସିଥିବା ବେଳେ ସେମାନେ ମଧ୍ୟାହ୍ନ ପ୍ରାୟ ଗୋଟାଏରେ ବେଳେ ଜଳପ୍ରପାତରେ ପହଞ୍ଚିଥିଲେ। କିଛିଜଣ ରୋଷେଇରେ ବ୍ୟସ୍ତ ଥିବା ଓ ତାଙ୍କ ମଧ୍ୟରୁ ୪ ଜଣ ଗାଧୋଉଥିବା ସମୟରେ ତାଙ୍କ ମଧ୍ୟରୁ ଗୌର ବିପ୍ରବ ନାମକ ୨୨ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ନେଇ ପୋଲିସ ନିକଟରେ ସୂଚନା ରହିଛି। ନିଖୋଜ ଯୁବକ ରାଜଗାଙ୍ଗପୁର ଲିପିଲୋଇ, ପାନପଡ଼ା ଅଞ୍ଚଳର ଗୌର ବିପ୍ରବ ବୋଲି ସ୍ପଷ୍ଟ ହୋଇଛି। ଗତକାଲି ଖବର ପାଇ ଗୁରୁଣ୍ଡିଆ ପୋଲିସ ଓ ଅଗ୍ନିଶମ ବାହିନୀର ଯବାନମାନେ ନିଖୋଜ ଯୁବକକୁ ଖୋଜୁଥିଲେ ହେଁ ଅଦ୍ୟାବଧି କୌଣସି ସଫଳତା ହାସଲ କରିନଥିବା ସୂଚନା ରହିଛି। ଅପରପକ୍ଷରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି କିନ୍ତୁ ଏହି ଅସମୟରେ ଯୁବକଙ୍କ ପିକନିକ୍‌ କଥାକୁ ସହଜରେ ଗ୍ରହଣୀୟ ହେଉ ନ ଥିବା ଦିଗରୁ ସମସ୍ତ ସାଙ୍ଗକୁ ଅଟକ ରଖି ତଦନ୍ତ କରୁଛି ଗୁରୁଣ୍ଡିଆ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?