କଳାହାଣ୍ଡିର ଏହି ଜଳପ୍ରପାତରେ ଘଟିଲା ଅଘଟଣ: ସେଲ୍‌ଫି ନେବାବେଳେ ଗୋଡ଼ ଖସି ଯୁବକ ନିଖୋଜ

କୋକସରା,୯।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକାରିଚଞ୍ଚରା ଜଳପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ସେଲ୍‌ଫି ନେବାବେଳେ ଜଳପ୍ରପାତରେ ପଡି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ହେଲେ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଡୁମରମୁଣ୍ଡା ଗ୍ରାମର ଅଭିନାଶ ପରଜା(୨୧)।

ମିଳିଥିବା ସୂଚନା ମୁତାବକ, ଅଭିନାଶ ନିଜର ଜଣେ ସାଙ୍ଗ ଦିଲେଶ୍ୱର ଭତରାଙ୍କ ସହ ଏକ ବାଇକରେ ଡୋକାରିଚଞ୍ଚରା ବୁଲିବାକୁ ଆସିଥିଲେ। ଡୋକରି ଜଳପ୍ରପାତର ୬୦ ଫୁଟ ଉପରୁ ମୋବାଇଲରେ ସେଲ୍‌ଫି ଉଠାଉ ଥିବା ବେଳେ ଅସାବଧାନତା କାରଣରୁ ଶିଉଳିରେ ଗୋଡ଼ ଖସି ଡୋକରୀଦର ଜଳପ୍ରପାତର ଗଭୀର ପାଣି ପଡି ନିଖୋଜ ହୋଇଯାଇଥିଲେ। ଦୀର୍ଘ ସମୟ ଧରି ସାଙ୍ଗମାନେ ଖୋଜାଖୋଜି କରିବା ପରେ ମଧ୍ୟ ଯୁବକଙ୍କ କୌଣସି ପତ୍ତା ପାଇ ନ ଥିଲେ।

ଖବର ପାଇ ଧର୍ମଗଡ଼ ବିଧାୟକ ସୁଧୀର କୁମାର ପାଟ୍ଟଯୋଶୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ପାଇଁ ଦମକଳ ଅଧିକାରୀ ଓ ସ୍ଥାନୀୟ ପୋଲିସକୁ ଜଣାଇ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ କହିଥିଲେ। କୋକସରା ଦମକଳ କର୍ମଚାରୀ ଏବଂ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ହେଲେ ବର୍ତ୍ତମାନ ସୁଦ୍ଧା ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ। ଖବର ପାଇ ନିଖୋଜ ଯୁବକଙ୍କ ପରିବାର ଲୋକେ ଘଟଣାସ୍ଥଳକୁ ଆସୁଥିବା ଜଣାପଡିଛି। ପୂର୍ବରୁ ମଧ୍ୟ ଜଳପ୍ରପାତରେ ସେଲ୍‌ଫି ନେବା ସମୟରେ ୨ଜଣ ଯୁବକ ବୁଡି ନିଖୋଜ ହେବାର ଦୀର୍ଘ ସମୟ ପରେ ମୃତଦେହ ଠାବ ହୋଇଥିଲା।

ଅନ୍ୟପକ୍ଷେ ପର୍ଯ୍ୟଟନସ୍ଥଳୀର ସୁରକ୍ଷା ଦାୟିତ୍ୱରେ ଥିବା ଉନ୍ନୟନ କମିଟି ଏବଂ ବନ ବିଭାଗ ପକ୍ଷରୁ ଜଳପ୍ରପାତ ନିକଟକୁ ନ ଯିବା ପାଇଁ କୌଣସି ସତର୍କତା କିମ୍ବା ସୁରକ୍ଷା ସୂଚନା ନେଇ ପର୍ଯ୍ୟଟକଙ୍କୁ ସଚେତନ କରା ଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଏଭଳି ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। ରବିବାର ସା ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳୁ ପୁଣି ଉଦ୍ଧାର କାର୍ଯ୍ୟ କରାଯିବ ବୋଲି ଦମକଳ ଓଆଇସି ପ୍ରଶାନ୍ତ ବାଘ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?