ମାନବିକତା ଦେଖାଇଲେ ଯୁବ ଗୋଷ୍ଠୀ

ଦେବଗଡ଼,୨୪।୯(ଡି.ଏନ୍‌.ଏ.): ଦେବଗଡ଼ ସହରାଞ୍ଚଳରେ ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ ଯୁବ ଗୋଷ୍ଠୀ। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ପରେ ରୀତିନୀତିରେ ସ୍ମଶାନରେ କଲେ ଶବ ସତ୍କାର। ଖଇ କଉଡ଼ି ଠୁ ଯାବତୀୟ ସରଞ୍ଜାମ ସ୍ବତଃପ୍ରବୃତ ଯୋଗାଇ ଦେଲେ ମୁଖ୍ୟ ବଜାର ଛକର ବ୍ୟବସାୟୀ ବୃନ୍ଦ। ଅନେକ ସ୍ଥାନରେ ମୃତଦେହ ସତ୍କାର ପାଇଁ ନିଜ ପରିବାର ପରିଜନ ମଧ୍ୟ ପଛଘୁଞ୍ଚା ଦେଉଥିବାବେଳେ ଏହି ଦୃଶ୍ୟ ପୁଣି ଥରେ ପ୍ରମାଣିତ କରିଛି ଆଜି ମଧ୍ୟ ଅନେକ ନିସ୍ବାର୍ଥ ବ୍ୟକ୍ତି ବିଶେଷଙ୍କ ଯୋଗୁ ସମାଜରେ ବଞ୍ଚିଛି ମାନବିକତା। ଗତ ବୁଧବାର ରାତିରେ ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ୫ ନମ୍ବର ୱାର୍ଡ ବାସିନ୍ଦା କୁତାର୍ଥ ବେହେରା ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଥିଲା। କୁତାର୍ଥ ସହରର ମୁଖ୍ୟ ବଜାରରେ ଥିବା ପ୍ରାୟ ଅନେକ ଦୋକାନୀଙ୍କ ପାଇଁ ଜଳଯୋଗାଣ ଭଳି କାର୍ଯ୍ୟ କରୁଥିବାବେଳେ ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ କିସମର ବୃକ୍ଷ ରୋପଣ କରି ଜନସାଧାରଣଙ୍କ ମଧ୍ୟରେ ପରିଚିତ ହୋଇଥିଲେ। ବୃକ୍ଷ ରୋପଣର ନିଶା କୁତାର୍ଥଙ୍କୁ ଅନ୍ୟ ଏକ ପରିଚୟ ଦେଇଥିଲା। ତେବେ ତାଙ୍କ ମୃତ୍ୟୁ ଖବର ଜଣାପଡିବା ପରେ ମୁଖ୍ୟ ବଜାର ଛକରେ ଥିବା ଅନେକ ବ୍ୟବସାୟୀ କୃତାର୍ଥଙ୍କ ମୃତଦେହକୁ ସମ୍ମାନସହ ସତ୍କାର ପାଇଁ ପ୍ରସ୍ତୁତି କରି ଶୁକ୍ରବାର ମଧ୍ୟାହ୍ନରେ ବୁର୍ଲା ଡାକ୍ତରଖାନାରୁ ଏକ ଗାଡ଼ିରେ ମୃତଦେହକୁ ଦେବଗଡ଼ ଆଣିଥିଲେ। ପରେ ବଜାର ଛକରୁ ପ୍ରଧାନପାଟସ୍ଥିତ ସ୍ବର୍ଗ ଦ୍ୱାରକୁ ନେଇ ଅନ୍ତେଷ୍ଟିକ୍ରିୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri