‘ମାଓବାଦୀ ସଙ୍ଗଠନରେ ଯୋଗଦେଉନାହାନ୍ତି ଯୁବଗୋଷ୍ଠୀ’

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଓଡ଼ିଶାର ମାଓବାଦୀ ପ୍ରଭାବିତ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରୁ ବହୁ ପ୍ରତୀକ୍ଷିତ ବୋଟ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହେବ। ଫଳରେ ଜଳବନ୍ଦୀ ଅଞ୍ଚଳର ୧୫୧ ଗ୍ରାମର ବାସିନ୍ଦା ଉପକୃତ ହେବେ। ଲାଲ୍‌ବାହିନୀ ଉପଦ୍ରୁତ ଅଞ୍ଚଳରେ ସୁରକ୍ଷା ବାହିନୀର ଦୃଢ଼ କାର୍ଯ୍ୟାନୁଷ୍ଠାନରେ ମାଓବାଦୀ ସଙ୍ଗଠନ ଦୋହଲିଗଲାଣି। ନୂଆ ଯୁବଗୋଷ୍ଠୀ ସଙ୍ଗଠନରେ ଯୋଗଦେଉନାହାନ୍ତି। ସାଧାରଣ ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଆଗାମୀ ଦିନରେ ମାଓବାଦୀ ଦମନ କାର୍ଯ୍ୟକ୍ରମକୁ ଆହୁରି ଜୋର୍‌ଦାର କରାଯିବ ବୋଲି କହିଛନ୍ତି ଓଡ଼ିଶା-ଛତିଶଗଡ଼ ସ୍ବତନ୍ତ୍ର ଅପରେଶନ ଦାୟିତ୍ୱରେ ଥିବା ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌)ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ରାଜଓ୍ବିନ୍ଦର ସିଂ ଭଟ୍ଟି।
ସୋମବାର ରାୟପୁରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇ ଏଡିଜି ଭଟ୍ଟି ଓଡ଼ିଶା ଏବଂ ଛତିଶଗଡ଼ରେ ମୁତୟନ ବିଏସ୍‌ଏଫ ଯବାନ ଏବଂ ଅନ୍ୟ ଅର୍ଦ୍ଧ ସାମରିକ ବାହିନୀର କାର୍ଯ୍ୟଧାରା ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ଗତ ୧୦ବର୍ଷରେ ମାଓବାଦୀଙ୍କ ସହ ସଂଘର୍ଷରେ ୩୮ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଏହି ସମୟରେ ୧,୬୫୦ ମାଓବାଦୀଙ୍କୁ ଗିରଫ କରାଯାଇଛି। ୮୯୧ଜଣଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରାଯାଇଛି। ସୁରକ୍ଷା କର୍ମୀଙ୍କ କାର୍ଯ୍ୟାନୁଷ୍ଠାନରେ ୧୭ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।
ସୁରକ୍ଷା ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ସ୍ବରୂପ କୋରାପୁଟ ଏବଂ ମାଲକାନଗିରି ଜିଲାରେ ୨୨ ମେଡିକାଲ କ୍ୟାମ୍ପ କରାଯାଇ ୪ହଜାର ୩୬୨ ରୋଗୀଙ୍କ ଚିକିତ୍ସା କରାଯାଇଛି। ଲକ୍‌ଡାଉନ ସମୟରେ ଏହି ଦୁଇ ଜିଲାର ବହୁ ଲୋକଙ୍କୁ ଖାଦ୍ୟଶସ୍ୟ, କୃଷି ଉପକରଣ, ମଶାରି, ବାସନକୁସନ, ଛାତ୍ରୀଛାତ୍ରଙ୍କୁ ପାଠ୍ୟ ଉପକରଣ ଯୋଗାଇ ଦିଆଯାଇଛି। ୨୫୦ ତଫସିଲଭୁକ୍ତ ଯୁବକଙ୍କୁ ଦେଶର ବିଭିନ୍ନ ସ୍ଥାନ ଭ୍ରମଣ କରାଯାଇ ସାଂସ୍କୃତିକ ବିଭବ ସହ ପରିଚିତ କରାଯାଇଛି। ସେହିପରି ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଥିବା ୧୨୮ ରାସ୍ତା ପ୍ରକଳ୍ପ, ୪୪ ନିର୍ମାଣାଧୀନ ପୋଲ ଏବଂ ୧୯୬ଟି ମୋବାଇଲ ଟାୱାରକୁ ସୁରକ୍ଷା ଯୋଗାଇ ଦିଆଯାଇଛି। ପରିବେଶ ସୁରକ୍ଷା ଲାଗି ପଦକ୍ଷେପ ସ୍ବରୂପ ବନୀକରଣ କାର୍ଯ୍ୟ ହାତକୁ ନିଆଯାଇଥିବା ଭଟ୍ଟି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?