ଯୁବକକଙ୍କୁ ଗୋଡାଇ ହାଣିଲେ, ବାଇକ୍‌ ପୋଡ଼ି ଦେଲେ

ବ୍ରହ୍ମପୁର/ଗୋପାଳପୁର,(ନବୀନ ରାଜ ଆଚାରୀ)୧୬।୩: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ରାଳବ ଗାଁରେ ଆତଙ୍କ ଖେଳାଇଛନ୍ତି ୫ରୁ ୬ଜଣ ଯୁବକ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ଖଣ୍ଡା ବୁଲିବା ସହ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରାଯାଇଛି। ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେ ହେଲେ ବି.ସନ୍ତୋଷ ପାତ୍ର।

ମିଳିଥିବା ସୂଚନା ମୁତାବକ, ସନ୍ତୋଷଙ୍କ ସହିତ ଗାଁର କେତେଜଣ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ଗ୍ରାମର ୫ରୁ ୬ଜଣ ଯୁବକ ଶୁକ୍ରବାର ରାତିରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ସନ୍ତୋଷଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏହି ଘଟଣା ପରେ ଏକ ଗୋଷ୍ଠୀ ଅଭିଯୁକ୍ତମାନଙ୍କ ଏକ ବାଇକ୍‌ ପୋଡ଼ି ଦେଇଛନ୍ତି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri