ପଟ୍ଟାମୁଣ୍ଡାଇରେ ନିଶା କବଳରେ ଯୁବପିଢ଼ି

ପଟ୍ଟାମୁଣ୍ଡାଇ,୧୫ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଚୋରାମଦ, ଡ୍ରଗ୍ସ, ଗଞ୍ଜେଇ, ବ୍ରାହଉନସୁଗାର କାରବାର ଖୁଲମ୍‌ଖୁଲା ଭାବେ ବଢ଼ି ଚାଲିଛି। ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ କରି ଭୁସାମାଲ ଦୋକାନ ପର୍ଯ୍ୟନ୍ତ ସବୁଠି ଖୁଲମ୍‌ ଖୁଲା ବେପାର ଚାଲିଛି। ଗାଁରେ ଚୋରାମଦ ସହ ଅନ୍ୟ ନିଶା ମିଳୁଥିବାରୁ ଗ୍ରାମ୍ୟ ପରିବେଶ ନଷ୍ଟ ହେବା ସହ ଯୁବପିଢ଼ି ପଥଭ୍ରଷ୍ଟ ହେଉଛନ୍ତି। ଛାତ୍ରୀ, ଝିଅ, ବୋହୂ ବାହାରକୁ ଗଲା ବେଳେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ନିଶା କବଳରେ ପଡୁଥିବା ଯୁବପିଢି ଘରେ ଟଙ୍କା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ ପରିବାରରେ ଅଶାନ୍ତି ସୃଷ୍ଟି ହେଉଛି। ଯାହା କି ପରିବାର ପାଇଁ ଏବେ ବଡ଼ ଚିନ୍ତାର ବିଷୟ ପାଲଟିଛି। ଏ ସମ୍ପର୍କରେ ଅବକାରୀ ବିଭାଗର କର୍ମଚାରୀଙ୍କୁ ପଚାରିବାରେ ଆମର ଷ୍ଟାପ୍‌ ନାହାନ୍ତିି ତେଣୁ ଚଢାଉ କରିପାରୁନାହୁଁ ବୋଲି କହିଛନ୍ତି। ଏହାକୁ ନେଇ ସାମାଜିକ କର୍ମୀ, ବୁଦ୍ଧିଜୀବୀ ଚିନ୍ତା ପ୍ରକଟ କରିଛନ୍ତି।
ସାମାଜିକ କର୍ମୀ ଜ୍ୟୋତି ପ୍ରକାଶ ପ୍ରଧାନ କହିଛନ୍ତି, ପଟ୍ଟାମୁଣ୍ଡାଇରେ ନିଶା କାରବାର ରୋକିବା ନିମନ୍ତେ ଅବକାରୀ କାର୍ଯ୍ୟାଳୟ ରହିଛି। ମାତ୍ର ତାହା ସବୁ ସମୟରେ ଖୋଲା ରହୁନି। ଗାଁ ଗହଳିରେ ଏବେ ଚୋରାମଦ କାଉଣ୍ଟର ଖୋଲିବାରେ ଲାଗିଛି। ଅବକାରୀ ବିଭାଗ ହାତଗଣତି କେତେଜଣ ବ୍ୟବସାୟୀଙ୍କୁ ଟାର୍ଗେଟ କରି ସେମାନଙ୍କଠାରୁ ଚୋରାମଦ, ଗଞ୍ଜେଇ ଆଦି ଜବତ କରି ଜେଲ ପଠାଉଛି। ମାତ୍ର ପରେ ବ୍ୟବସାୟୀ ଜଣକ ଜେଲରୁ ମୁକୁଳି ଆସି ପୁଣି ସୁରୁଖୁରୁରେ ବ୍ୟବସାୟ କରୁଛନ୍ତି। ବୁଦ୍ଧିଜୀବୀ ରବୀନ୍ଦ୍ର ଭଟ୍ଟ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ମଦ୍ୟପାନର ଅଭ୍ୟାସ ଲୋକମାନଙ୍କ ଭିତରେ ବଢ଼ୁଥିଲା ବେଳେ, ଅନ୍ୟ ନିଶାର ପ୍ରକୋପ ମଧ୍ୟ କ୍ରମଶଃ ବଢ଼ିବାରେ ଲାଗିଛି। ଗାଁ ଗହଳିରେ ମଦୁଆଙ୍କର ସଂଖ୍ୟା ଅଧିକ ମାତ୍ରାରେ ବଢ଼ିବା ସହ ନିଶା କେତେଜଣ ଯୁବକଙ୍କୁ କବଳିତ କଲାଣି। ଦିନ ଥିଲା ଅଧିକାଂଶ ଯୁବକ ଅର୍ଥନୈତିକ ସ୍ତରରେ ପଛୁଆ ରହୁଥିଲେ। କିନ୍ତୁ ଏବେ ଅଧିକାଂଶ ଆର୍ଥତ୍କସ୍ତରରେ ସ୍ବଚ୍ଛଳ ଥିବା ପରିଲକ୍ଷିତ ହେଉଛି। ଏହାର କାରଣ ହେଉଛି ପିଲାମାନଙ୍କୁ ପରିବାରରୁ ଟଙ୍କା ସହଜରେ ମିଳି ଯାଉଛି। ପିଲାମାନଙ୍କୁ ଟଙ୍କା ମିଳିଯିବାରୁ ସେମାନେ ଏହାର ଦୁରୁପଯୋଗ କରି ନିଶା ସେବନ କରିବାକୁ ପଛାଉ ନାହାନ୍ତି। ଏବେ ବିଦ୍ୟାଳୟସ୍ତରରେ ପିଲାମାନେ ଗୁଟ୍‌ଖା, ସିଗାରେଟ୍‌ ଏପରି କି ମଦ ପିଉଥିବା ନଜରକୁ ଆସୁଛି। ତେଣୁ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଡ୍ରଗ ଟେଷ୍ଟିଂ ବାଧ୍ୟତାମୂଳକ କରାଗଲେ ଭଲ ହୁଅନ୍ତା। ଶିକ୍ଷାବିତ ପ୍ରେମାନନ୍ଦ ପାଣ୍ଡା କହିଛନ୍ତି, ଅଞ୍ଚଳର ନିଶା ବ୍ୟବସାୟୀମାନେ ୧୬ରୁ ୨୧ ବର୍ଷର ଛାତ୍ର ଓ ଯୁବକଙ୍କୁ ଟାର୍ଗେଟ ରଖୁଛନ୍ତି। ଅଧିକାଂଶ ଛାତ୍ର, ଯୁବକ ବ୍ରାଉନସୁଗାର ସେବନ କରୁଥିବା ବେଳେ ସେମାନଙ୍କ ସଂଖ୍ୟା ୮୦ ପ୍ରତିଶତରୁ ଅଧିକ। ବେକାର ଯୁବତୀଯୁବକ ନିଶା ମାଫିଆଙ୍କ ଜାଲରେ ଫସି ଚାଲିଥିବା ବେଳେ ସାରା ରାଜ୍ୟ ପାଇଁ ଏହା ବିପଦକୁ ଡାକି ଆଣୁଛି। ନିଶା ମାଫିଆଙ୍କ କବଳରୁ ଏହି ଛାତ୍ର ଓ ଯୁବକଙ୍କୁ ସୁରକ୍ଷିତ ରଖିବା ଦିଗରେ ଏଯାଏ କୌଣସି ବିଧିବଦ୍ଧ ଯୋଜନା କାର୍ଯ୍ୟକାରୀ ହେଉ ନାହିଁ। ଆଗକୁ ଏଭଳି ଲାଗି ରହିଲେ ପରିସ୍ଥିତି ବେକାବୁ ହୋଇଯିବ। ଅବସରପ୍ରାପ୍ତ ଶିକ୍ଷକ ପ୍ରଫୁଲ୍ଲ ଦାଶ କହିଛନ୍ତି, ପଟ୍ଟାମୁଣ୍ଡାଇ ନିଶା ସାମଗ୍ରୀ ମଧ୍ୟରୁ ଅଧିକ ସଂଖ୍ୟାକ ବ୍ୟକ୍ତି ମଦ ପିଉଥିବା ବେଳେ ଗଞ୍ଜେଇ ଏବଂ ତା ପରକୁ ବ୍ରାଉନସୁଗାର ସେବନକାରୀ ରହିଛନ୍ତି। ଏହି ୩ ମୁଖ୍ୟ ନିଶାଦ୍ରବ୍ୟ ବ୍ୟତୀତ ଶସ୍ତା ହେଉଥିବା ବିଭିନ୍ନ ଔଷଧ, ଡେଣ୍ଡ୍ରାଇଟ୍‌ ଅଠା ଭଳି ସାମଗ୍ରୀକୁ ବି ନିଶା ପାଇଁ ବ୍ୟବହାର କରାଯାଉଛି। ସଚେତନତା ନାଁରେ ପ୍ରଶାସନ ପକ୍ଷରୁ ଯେତିକି ବୈଠକ ବସୁଛି, ସେତିକି ଦିନ ଚଢ଼ାଉ କରାଯାଉନାହିଁ। ଫଳରେ ବିଭିନ୍ନ ନିଶା ଖୋଲାଖୋଲି ବିକ୍ରି ହେଉଛି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ଆଇଆଇସି କମଳ ପାଇକରାୟଙ୍କୁ ପଚାରିବାରେ ଆମର ଆବଶ୍ୟକ ପରିମାଣର ଷ୍ଟାପ ନ ଥିବାରୁ ଏତେ ବଡ଼ ଏରିଆରେ ବିଧିବଧ ଚଢାଉ ହୋଇପାରିୁନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?