ନାବାଳିକା କଲେଜ ଛାତ୍ରୀଙ୍କୁ ପିଛା, ଲଜିଂ ନେଇ ବଳାତ୍କାର; ଫଟୋ-ଭିଡିଓ ଭାଇରାଲ କରିବା ପରେ…

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ବଳାତ୍କାର ସହ ଆପତ୍ତିଜନକ ଫଟୋ – ଭିଡ଼ିଓ ଭାଇରାଲ ଘଟଣାରେ ସମ୍ପୃକ୍ତ ଯୁବକ ଜଗନ୍ନାଥ ଦୋରାଙ୍କୁ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ବୁଧବାର ଗିରଫ କରି ବ୍ରହ୍ମପୁର ପୋକସ କୋର୍ଟକୁ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ,ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ପ୍ରଥମ ବର୍ଷରେ ପଢୁଥିବା ବେଳେ ନାବାଳିକା ଛାତ୍ରୀଙ୍କୁ ସବୁବେଳେ ପିଛା କରି ଅଭିଯୁକ୍ତ ଜଣକ ହଇରାଣ କରୁଥିଲେ। ପରେ ତାଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭିତ କରି ଦିଗପହଣ୍ଡି ବସଷ୍ଟାଣ୍ଡ ସ୍ଥିତ ଏକ ଲଜିଂକୁ ନେଇ ଗତ ୨୦୨୩ ଫେବୃଆରୀ ୨ ତାରିଖରେ ଅନିଚ୍ଛା ସତ୍ତ୍ବେ ବଳାତ୍କାର କରିଥିଲେ। ୨୦୨୩ ମାର୍ଚ୍ଚ ୪ରେ ଛାତ୍ରୀଙ୍କୁ ତପ୍ତପାଣି ନେଇ ସେଠାରେ ତାଙ୍କ ଫଟୋ ଭିଡ଼ିଓ ଉତ୍ତୋଳନ କରିଥିଲେ। ଛାତ୍ରୀଙ୍କ ପରିବାର ଲୋକେ ଘଟଣା ଜାଣିବା ପରେ ତାଙ୍କ କଲେଜ ଯିବା ବନ୍ଦ କରିଥିଲେ। ଏଥିରେ ଉତ୍ତେଜିତ ହୋଇ ଅଭିଯୁକ୍ତ ଜଣଙ୍କ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭିଡିଓ ସାମାଜିକ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଭାଇରାଲ କରି ଦେଇଥିଲେ। ଛାତ୍ରୀ ଜଣଙ୍କ ପରିବାର ଲୋକଙ୍କ ସହ ବ୍ରହ୍ମପୁର ସାଇବର ଥାନାକୁ ଯାଇ ସେଗୁଡିକ ଡିଲିଟ କରିବା ପରେ ମଧ୍ୟ ଅଭିଯୁକ୍ତଜଣଙ୍କ ତାଙ୍କ ମୋବାଇଲରେ ପୁଣି ଫଟୋ ଭିଡ଼ିଓ ଭାଇରାଲ କରିବା ସହ ତାଙ୍କ ପିଛା ଛାଡି ନ ଥିଲେ। ପରିବାର ଲୋକେ ଭୟଭୀତ ହୋଇ ଗାଁ ଛାଡ଼ି ଅନ୍ୟତ୍ର ରହୁଥିଲେ। ଅଭିଯୁକ୍ତଜଣଙ୍କ ସେଠାକୁ ଯାଇ ଛାତ୍ରୀଙ୍କୁ ଡକାଇ ତାଙ୍କ ସହ ନ ଆସିଲେ ହତ୍ୟା ଧମକ ଦେବା ସହ ତାଙ୍କ ସାନ ଭଉଣୀଙ୍କୁ ଅପହରଣ କରିବାକୁ ଧମକ ଦେଇଥିଲେ। ଏନେଇ ପୀଡ଼ିତା ଗତ ମଙ୍ଗଳବାର ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ଥାନା ମାମଲା ନଂ.୧୯୩/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିଲା।ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟ ଅଭିଯୁକ୍ତ ଏବଂ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତଙ୍କ ମୋବାଇଲ ଫୋନ ସହ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ପୋଷାକ ପୋଲିସ ଜବତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri