ଯୁବପିଢ଼ି ଫାଷ୍ଟ୍‌ଫୁଡ୍‌ ମୁହାଁ, ହଜି ଯାଉଛି ପାରମ୍ପରିକ ଖାଦ୍ୟ

ଭଞ୍ଜନଗର,୧୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଶନ ଶକ୍ତି ଭବନରେ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ମଧ୍ୟରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଲକ୍ଷ୍ୟ ସମ୍ପର୍କରେ ବିଧାୟକ ନାୟକ କହିଥିଲେ। ବର୍ତ୍ତମାନର ଯୁବପିଢ଼ିକୁ ଆଧୁନିକ (ଫାଷ୍ଟ ଫୁଡ) ଭଳି ଖାଦ୍ୟ ବେଶୀ ପସନ୍ଦ। ତେଣୁ ପାରମ୍ପରିକ ଖାଦ୍ୟର ଚାହିଦା କମୁଛି। କିନ୍ତୁ ଫାଷ୍ଟ ଫୁଡ୍‌ ସୱାସ୍ଥ୍ୟ ପାଇଁ ବହୁତ ଖରାପ। ତେଣୁ ପାରମ୍ପରିକ ଖାଦ୍ୟ ଉପରେ ସରକାର ବର୍ତ୍ତମାନ ଅଧିକ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେଉଛନ୍ତି। କାରଣ ପାରମ୍ପରିକ ଖାଦ୍ୟ ସାସ୍ଥ୍ୟ ପାଇଁ ହିତକର। ତେଣୁ ଇତିମଧ୍ୟରେ ଧିରେ ଧିରେ ପାରମ୍ପରିକ ଖାଦ୍ୟ ପ୍ରତି ଲୋକଙ୍କ ଆଗ୍ରହ ବଢୁଥିବା ଅନ୍ୟ ବକ୍ତାମାନେ କହିଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସିଡିପିଓ ମିଲିମା କୁମାରୀ ପଣ୍ଡା, ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁବାସ ବରାଡ଼, ବ୍ଲକ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଏବଂ ମହିଳାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri