ଯୁବକଙ୍କୁ ଅପହରଣ ପରେ ହତ୍ୟା: ପୁଣି ୩ଜଣଙ୍କୁ ଧରିଲା ପୋଲିସ

ସମ୍ବଲପୁର,୧୩।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ବିଷ୍ଣୁପଡ଼ାର ରାମଚନ୍ଦ୍ର ମେହେର(୨୫)ଙ୍କୁ ଅପହରଣ ପରେ ହତ୍ୟା ଘଟଣାରେ ପୋଲିସ ଆଉ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମହତାବ ନଗରର ଅଜୟ ବନଛୋର, ବିଶାଳ କୁମ୍ଭାର, ଶିବ କୁମ୍ଭାର। ପୂର୍ବରୁ ମୁଖ୍ୟ ଅଭିଯୁକ୍ତ ଟୁଲୁ ବନଛୋର ଗିରଫ ହୋଇଥିଲେ। ଅନ୍ୟପକ୍ଷେ ଏହି ମାମଲାରେ ଗିରଫ ସଂଖ୍ୟା ୪ରେ ପହଞ୍ଚତ୍ଛି । ଏନେଇ ଥାନାରେ ଏକ ମାମଲା(ନଂ. ୫୬୫/୨୨) ରୁଜୁ ହୋଇଛି। ଏହି ଘଟଣାକୁ ନେଇ ବୁର୍ଲା ଅଞ୍ଚଳରେ ଚାପ ଉତ୍ତେଜନା ଲାଗି ରହିଛି ।

ବିଭିନ୍ନ ସାମାଜିକ ଅନୁଷ୍ଠାନର ସଦସ୍ୟମାନେ ପୋଲିସକୁ ଭେଟି ବୁର୍ଲା ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଅନୁରୋଧ କରିଛନ୍ତି । ଉଭୟ ଗୋଷ୍ଠୀ ମଧ୍ୟରେ ପୁଣି ଯେଭଳି ସଂଘର୍ଷ ନ ହେବ ସେନେଇ ପଦକ୍ଷେପ ନେବାକୁ ଦାବି କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବର ୯ରେ ବୁର୍ଲା ଥାନା ନିକଟରେ ଉଲଗ୍ନ ଅବସ୍ତାରେ ରାମଚନ୍ଦ୍ରଙ୍କ ମୃତଦେହ ଫିଙ୍ଗି ଦୁର୍ବୁତ୍ତମାନେ ଫେରାର ହୋଇଯାଇଥିଲେ। ଏହି ଘଟଣା ଜିଲାବ୍ୟାପି ଆଲୋଡନ ସୃଷ୍ଟି କରିଥିଲା । ପୋଲିସ ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିଲା କହି ଟୁଲୁ ବନଛୋରଙ୍କୁ ପ୍ରଥମେ ଗିରଫ କରିଥିଲା । ଏହାର ୩ ଦିନ ପରେ ପୁଣି ୩ ଜଣଙ୍କୁ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri