ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ ମୃତଦେହ ଶୋଭାଯାତ୍ରା କରିଛନ୍ତି। ଏପରିକି ପୋଲିସ ଅପହରଣକାରୀ ଏବଂ ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ଜାଣିଶୁଣି ବିଳମ୍ୱ କରୁଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅପହରଣ ନେଇ ପୋଲିସକୁ ଅବଗତ କରାଯିବା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ଏଭଳିସ୍ଥିତିରେ ଶବ ଶୋଭାଯାତ୍ରା ବେଳେ ଉତ୍ତ୍ୟକ୍ତ ଲୋକେ ରାସ୍ତାରେ ଏକ ବାଇକ୍‌ ଜାଳି ପୋଡି ଦେଇଛନ୍ତି। ଏନେଇ ସହରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ଅନ୍ୟପକ୍ଷେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ସହରରେ ପୋଲିସ ଫୋର୍ସ ମୃତୟନ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଶନିବାର ରାତି ପ୍ରାୟ ୧୦ଟା ସମୟରେ କେତେଜଣ ଯୁବକ ଗୋଟିଏ ବୁଲେଟ ଏବଂ ଏକ ଚାରି ଚକିଆ ଗାଡିରେ ଆସି ନିଖିଲଙ୍କୁ ପିଛା କରିଥିଲେ। ଏନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ପରେ ନିଖିଲ ଦୌଡ଼ି ପଳେଇବା ସମୟରେ ଫାଇରିଂ ହୋଇଥିଲା। ଏପରିକି ନିଖିଲ ପ୍ରାଣ ଭୟରେ ଜଣଙ୍କ ଘରକୁ ପସିଯିବା ସମୟରେ ଦୁର୍ୱୁତ୍ତମାନେ ତାକୁ ଅପହରଣ କରି ରିଂ ରୋଡ ପଟେ ନେଇଯାଇଥିଲେ। ପରେ ନିଖିଲଙ୍କୁ ହତ୍ୟା କରି ତୁମ୍ୱିଗୁଡା ନିକଟରେ ଫିଙ୍ଗି ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri