ବ୍ରହ୍ମପୁରରେ ଚାଞ୍ଚଲ୍ୟ: ଯୁବକଙ୍କୁ ଅପହରଣ କରି ଖଣ୍ଡାରେ ହାଣି ହତ୍ୟା

ବ୍ରହ୍ମପୁର,୩।୬(ସୁବାସ ଚନ୍ଦ୍ର ପାଢ଼ୀ): ଅପରାଧ ଦମନ ପାଇଁ ପୋଲିସ ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ କରିଛି। ହେଲେ ବ୍ରହ୍ମପୁର ସହରରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ସାହି ନିକଟରେ ଥିବା ଏକ ଆପାର୍ଟମେଣ୍ଟ ସମ୍ମୁଖ ରାସ୍ତା ରକ୍ତରଞ୍ଜିତ ହୋଇଛି। ମୃତ ଯୁବକ ଜଣକ ଉକ୍ତ ଥାନା ଅନ୍ତର୍ଗତ ଲକ୍ଷ୍ମୀନୃଶିଂହ ସାହିର ବିଦ୍ୟାଧର ପାଣିଗ୍ରାହୀ(୨୨)। ଆକ୍ରମଣରେ ତାଙ୍କ ସହ ଥିବା ନରଶିଙ୍ଗ ସାହୁ ଆହତ ହୋଇଛନ୍ତି।

ଘଟଣାକୁ ନେଇ ସହରରେ ଚାଞ୍ଚଲ୍ୟ ଖେଳି ଯାଇଛି। ଘଟଣା ପରେ ଅପରାଧୀମାନେ ଫେରାର ହୋଇଯାଇଛନ୍ତି। ପୋଲିସ ଆହତଙ୍କ ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଆକ୍ରମଣକାରୀଙ୍କ ପରିବାରର ୩ଜଣଙ୍କୁ ପୋଲିସ ରାତାରାତି ଉଠାଇ ଆଣି ଥାନାରେ ଅଧିକ ପଚରାଉଚରା କରୁଛି। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି।

ମିଳିଥିବା ସୂଚନା ମୁତାବକ, ସୋମବାର ବିଦ୍ୟାଧର ଏବଂ ସାଙ୍ଗ ନରଶିଙ୍ଗ ସାହୁ ସାନ ବଜାର ଛକରେ ଛିଡା ହୋଇଥିଲେ। ତାଙ୍କୁ ୩ଟି ବାଇକରେ ୫ଜଣ ଯୁବକ ଆସି ଭୟଭୀତ କରି ଅପହରଣ କରି ନେଇଥିଲେ। ପରେ ଖଣ୍ଡାରେ ହାଣି ବିଦ୍ୟାଧରଙ୍କୁ ହତ୍ୟା କରିଛନ୍ତି। ପୋଲିସ ଅପରାଧୀଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?