କିସ୍ତି ଟଙ୍କା ନ ବାନ୍ଧିବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୪ା୮(ପବନ ପାଣିଗ୍ରାହୀ):ଫାଇନାନ୍ସ ଟଙ୍କା କିସ୍ତି ନ ବାନ୍ଧିବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର(୪୨) । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ଏହି ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।

ମିଳିଥିବା ସୂଚନା ମୁତାବକ, ଭେଟନେରି କଲୋନୀର ବିପିନ ଏକ କାର୍‌ ଫାଇନାନ୍ସରେ ଆଣିଥିଲେ। ଟାଟା ଫାଇନାନ୍ସରୁ ଆଣିଥିବା କାର ବାବଦ ୨ଟି କିସ୍ତି କୌଣସି କାରଣବଶତଃ ବିପିନ ବାନ୍ଧି ପାରି ନ ଥିଲେ। ଏନେଇ କମ୍ପାନୀ ଏଜେଣ୍ଟ ପ୍ରତ୍ୟୁଷ ଦାସଙ୍କ ସହ ବିପିନଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ପ୍ରତ୍ୟୁଷ ଗତ ୧୨ ତାରିଖରେ ଡ୍ୟୁଟିରେ ଯାଉଥିବା ବିପିନଙ୍କୁ ପାଓ୍ବାର ହାଉସ ନିକଟସ୍ଥ ମହାଦେବ ଷ୍ଟକୟାର୍ଡଠାରେ ଏକ ଛୁରିରେ ଆକ୍ରମଣ କରିଥିଲେ। ଫଳରେ ବିପିନ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଜୟପୁର ଜିଲା ଚିକିତ୍ସାଳୟ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ବିପିନଙ୍କ ମୃତ୍ୟୁ ହୋଇଛି। ବିପିନଙ୍କ ଭାଇ ଯକ୍ଷ ବାହୁଦୁର ଟାଉନ ଥାାନାରେ ଲିଖିତ ଅଭିଯୋଗ କରିଛନ୍ତି। ବିଶାଖାପାଟଣାରେ ମୃତଦେହ ବ୍ୟବଚ୍ଛେଦ ହୋଇଛି। ଘଟଣା ପରଠାରୁ ଅଭିଯୁକ୍ତ ପ୍ରତ୍ୟୁଷ ଫେରାର ଅଛନ୍ତି। ତାଙ୍କୁ ଧରିବା ପାଇଁ ପୋଲିସ ୩ଟି ଟିମ୍‌ ଗଠନ କରିଛି। ଏପରି କି ପୋଲିସ ଟିମ୍‌ ବିଭିନ୍ନ ସ୍ଥାନରେ ଛାନଭିନ୍‌ ଚଳାଇଥିବା ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?